Odisha News

ଭୁବନେଶ୍ୱରରୁ ପୁଣି ୩୮ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୬

ଭୁବନେଶ୍ୱର,୧୧/୭: ଶନିବାର ଦିନ ଭୁବନେଶ୍ୱରରୁ ଆଉ ୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୬ଟି କ୍ୱାରେଣ୍ଟିନ୍, ୧୨ଟି ଲୋକାଲ୍ କଣ୍ଟାକ୍ଟସ୍ କେସ୍ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ୍ କରାଯାଇ ସୂଚନା ଦିଆଯାଇଛି।
ତେବେ ଶନିବାର ଦିନ ଭୁବନେଶ୍ୱରରେ ଆଉ ୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ନୂଆ ଆକ୍ରାନ୍ତଙ୍କ ମିଶାଇ ଭୁବନେଶ୍ୱରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୪୦ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩୧୪ଜଣ ସୁସ୍ଥ ହୋଇଥିବାବେଳେ ୩୧୭ଜଣ ଚିକିତ୍ସାଧୀନ ଅଛନ୍ତି। ୮ଜଣଙ୍କ ମୃତ୍ୟୁ ଘଟିଛି।

-Odishatv

Related Posts

Seo wordpress plugin by www.seowizard.org.