Odisha News

ଭୁବନେଶ୍ୱର ଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ କାର୍ଯ୍ୟକ୍ରମରେ ଅନୁଷ୍ଠିତ

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ,୧୮/୧୧: ଭୁବନେଶ୍ୱର ଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ କାର୍ଯ୍ୟକ୍ରମରେ ବୌଦ୍ଧ ଜିଲ୍ଲାର ପ୍ରତିଯୋଗୀମାନେ ବିଭିନ୍ନ ବିଭାଗରେ କୃତିତ୍ୱ ହାସଲ କରିଛନ୍ତି । ଶୁକ୍ରବାର ଦିନ ୮ଟା ସମୟରେ କୃତିତ୍ୱ ହାସଲ କରିଥିବା ପ୍ରତିଯୋଗୀଙ୍କୁ ବୌଦ୍ଧ ବସଷ୍ଟାଣ୍ଡ ଠାରେ ସ୍ୱାଗତ କରାଯାଇଛି ।
ତିନି ଦିନ ଧରି ଚାଲିଥିବା ଶିଶୁ ମହୋତ୍ସବ ସୁରଭି ଉଦଯାପିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମରେ ଯୋଗଦେଇ ପିଲାମାନଙ୍କୁ ନିଜ ଚିନ୍ତାଧାରାକୁ ଉଚ୍ଚ କରିବାକୁ ପ୍ରେରଣା ଦେଇଛନ୍ତି। କାର୍ଯ୍ୟକ୍ରମରେ ବିଭିନ୍ନ ଜିଲ୍ଲାରୁ ୨ ହଜାରରୁ ଅଧିକ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ।
ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତାମାନ ଆୟୋଜିତ ହୋଇଥିଲା । ସାଂସ୍କୃତିକ କାର୍ଯ୍ୟକ୍ରମର ନୃତ୍ୟ ବିଭାଗରେ ବୁଟୁପାଲି ଉଚ୍ଚ ପ୍ରାଥମିକ ସ୍କୁଲର ଛାତ୍ରଛାତ୍ରୀ ମାନେ ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ସେହିପରି ପ୍ରବନ୍ଧରେ ପ୍ରଥମ ସ୍ଥାନ ଓ ଚିତ୍ରକଳାରେ ତେତେଲେଙ୍ଗା ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ତୃତୀୟ ସ୍ଥାନ ଅଧିକାର କରିଛନ୍ତି ।

Related Posts

Seo wordpress plugin by www.seowizard.org.