Odisha News

ମନ୍ତ୍ରୀ ପ୍ରତାପ ଜେନାଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ପଞ୍ଚାୟତରାଜ ମନ୍ତ୍ରୀ

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
କନ୍ଧମାଳ,୬/୨ :ମନ୍ତ୍ରୀ ପ୍ରତାପ ଜେନାଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ । ଅଳ୍ପକେ ବର୍ତ୍ତିଗଲେ ମନ୍ତ୍ରୀ । ନିର୍ବାଚନ ପ୍ରଚାରରେ ଯାଉଥିବା ବେଳେ ଘଟିଲା ଏହି ଦୁର୍ଘଟଣା । କନ୍ଧମାଳ ଜିଲ୍ଲା ସୁଦୃକୁମ୍ପା ନିକଟ ଭେଟ୍ କୋଲ୍ ଘାଟି ନିକଟରେ ଘଟିଛି ଦୁର୍ଘଟଣା । ଖବର ଅନୁଯାୟୀ, ପଞ୍ଚାୟତରାଜ ମନ୍ତ୍ରୀ ପ୍ରତାପ ଜେନା ନିର୍ବାଚନ ପ୍ରଚାର ଲାଗି ଯାଉଥିଲେ ।
ହେଲେ ଭେଟ୍ କୋଲ୍ ଘାଟି ନିକଟରେ ଗାଡ଼ିଟି ଭାରସାମ୍ୟ ହରାଇ ଦୁର୍ଘଟଣାର ଶିକାର ହୋଇଥିଲା । ଗାଡ଼ି ରାସ୍ତା କଡ଼କୁ ଖସିଯାଇଥିଲା । ମନ୍ତ୍ରୀ ପ୍ରତାପ ଜେନା ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଥିଲେ । ଏବେ ଯାଏଁ ଦୁର୍ଘଟଣାରେ କାହାର କୌଣସି କ୍ଷୟକ୍ଷତି ହୋଇଥିବାର ସୂଚନା ମିଳିନାହିଁ । ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ୍ ଜାରି ରଖିଛି ।

Related Posts

Seo wordpress plugin by www.seowizard.org.