Odisha News

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍

କଟକ, ୨୩/୪: ଓଆରଏଚଡିସି ଦୁର୍ନୀତି ମାମଲାରେ ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମଙ୍କୁ ଜାମିନ ଦେଇଛନ୍ତି ସୁପ୍ରିମକୋର୍ଟ।
ଏହି ମାମଲାରେ ମୋକିମଙ୍କ ଆବେଦନକୁ ଶୁଣାଣି ପାଇଁ ଗ୍ରହଣ କରି ସୁପ୍ରିମକୋର୍ଟ ଓଡ଼ିଶା ଭିଜିଲାନ୍ସକୁ ନୋଟିସ୍ ଜାରି କରିଛନ୍ତି ସର୍ବୋଚ୍ଚ ନ୍ୟାୟଳୟ। ହାଇକୋର୍ଟ ରାୟକୁ ଚାଲେଞ୍ଜ କରି ସୁପ୍ରିମକୋର୍ଟ ଯାଇଥିଲେ ମୋକିମ।
ବାରବାଟୀ-କଟକ ବିଧାୟକ ଭାବେ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଓଡ଼ିଶା ହାଇକୋର୍ଟ ଅସିଦ୍ଧ ଘୋଷଣା କରିବା ପରେ ମୋକିମ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ।
ସୁପ୍ରିମକୋର୍ଟରୁ କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ କିଛି ଦିନ ତଳେ ମିଳିଥିଲା ଆଶ୍ୱସ୍ତି। ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରହିତାଦେଶ ଜାରି କରିଥିଲେ ସୁପ୍ରିମକୋର୍ଟ।
ମହମ୍ମଦ ମୋକିମଙ୍କୁ ପକ୍ଷରୁ ବରିଷ୍ଠ ଆଇନଜୀବୀ ମୁକୁଲ ରୋହତଗୀ, ଏସ୍ ମୁରଲୀଧର ଏବଂ ପୀତାମ୍ବର ଆସୂଚନାଯୋଗ୍ୟ, ଜନ ପ୍ରତିନିଧି ଆଇନର ଧାରା ୧୫୧-କ ଅନୁସାରେ ୯୦-ବାରବାଟୀ-କଟକ ନିର୍ବାଚନମଣ୍ଡଳୀ ଖାଲି ପଡ଼ିଛି (କାଜୁଆଲ ଭାକନ୍ସି) ବୋଲି ହାଇକୋର୍ଟ ବିଚାରପତି ଜଷ୍ଟିସ ସଙ୍ଗମ କୁମାର ସାହୁ ତାଙ୍କ ରାୟରେ ଉଲ୍ଲେଖ କରିଥିଲେ।
୨୦୧୯ ନିର୍ବାଚନରେ ମୋକିମଙ୍କ ଠାରୁ ନିର୍ବାଚନରେ ହାରି ଯାଇଥିବା ବିଜେଡି ପ୍ରାର୍ଥୀ ତଥା ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟଙ୍କ ପକ୍ଷରୁ ରୁଜୁ ମାମଲାର ଶୁଣାଣି କରି ଜଷ୍ଟିସ ସଙ୍ଗମ କୁମାର ସାହୁ ୬୯୩ ପୃଷ୍ଠାର ଏହି ରାୟ ପ୍ରକାଶ କରିଥିଲେ।ଚାର‌୍ୟ୍ୟ ସୁପ୍ରିମକୋର୍ଟରେ ଲଢୁଛନ୍ତି।

Related Posts

Seo wordpress plugin by www.seowizard.org.