Odisha News

ମେ’ ୧୮ ତାରିଖ ସକାଳ ୧୦ଟା ବେଳେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

କଟକ,୧୬/୫ : ମେ’ ୧୮ ତାରିଖ ସକାଳ ୧୦ଟା ବେଳେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ। ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ମଙ୍ଗଳବାର ଏହି ଘୋଷଣା କରାଯାଇଛି।
ଚଳିତ ବର୍ଷ ମାର୍ଚ୍ଚ ୧୦ରୁ ୨୦ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା (ସମ୍ମେଟିଭ ୨ ପରୀକ୍ଷା) ହୋଇଥିଲା। ୫ ଲକ୍ଷ ୪୧ହଜାର ୨୪୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ୩୨୧୮ଟି କେନ୍ଦ୍ରରେ ପରୀକ୍ଷା କରାଯାଇଥିଲା।
ଗତ ବର୍ଷ ମାଟ୍ରିକ ପରୀକ୍ଷାରେ ପାସ୍ ହାର ୯୦.୫୫% ରହିଥିଲା।

Related Posts

Seo wordpress plugin by www.seowizard.org.