Odisha News

ମୋ ସ୍କୁଲ ଅଭିଯାନର ବୈଠକ ଓ ମାନପତ୍ର ପ୍ରଦାନ

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
ବାଲିଗୁଡା,୬/୩: କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ମିଡିଆକିଆ ପଞ୍ଚାୟତର ନୂଆସାହି ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ମୋ ସ୍କୁଲ ଅଭିଯାନ ଆନୁକୂଲ୍ୟରେ ପୁରାତନ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହେବା ସହ ମାନପତ୍ର ପ୍ରଦାନ କରାଯାଇଥିଲା ।
କାର୍ଯ୍ୟକ୍ରମ ପ୍ରାରମ୍ଭରେ ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟ ସଂଯୁକ୍ତା ପୂଜାରୀ ଅତିଥି ଭାବେ ଯୋଗ ଦେଇ ଶ୍ରୀ ଜଗନ୍ନାଥଙ୍କ ଫୋଟୋ ଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ ପୂର୍ବକ ଦ୍ୱୀପ ପ୍ରଜ୍ବଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ ।
ଏହି ବିଦ୍ୟାଳୟର ପୁରାତନ ଛାତ୍ରଛାତ୍ରୀ ଉପସ୍ଥିତ ରହି ବିଦ୍ୟାଳୟର ଉନ୍ନତି ନିମନ୍ତେ ଆଗେଇ ଆସିବାକୁ ଶ୍ରୀମତୀ ପୂଜାରୀ ନିଜ ବକ୍ତବ୍ୟରେ କହିବା ସହ ପୁରାତନ ଛାତ୍ରଛାତ୍ରୀ ମାନଙ୍କୁ ମାନପତ୍ର ପ୍ରଦାନ କରିଥିଲେ ।
ସହକାରୀ ଶିକ୍ଷୟିତ୍ରୀ ସରୋଜିନୀ ମଳିକ କିମନ୍ତି ମଳିକ, ପରିଚାଳନାରେ ସହଯୋଗ କରିଥିଲେ ।
ଶେଷରେ ପ୍ରଧାନ ଶିକ୍ଷକ ଜଗଦିଶ ଚନ୍ଦ୍ର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ ।

Related Posts

Seo wordpress plugin by www.seowizard.org.