Odisha News

ଯୁକ୍ରେନ୍ ବିରୁଧରେ ରୁଷିଆର ଯୁଦ୍ଧ: ମୋଦୀଙ୍କ ହସ୍ତକ୍ଷେପ ଲୋଡିଲେ ୟୁକ୍ରେନୀୟ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୨୪/୨: ବିଭିନ୍ନ ଦେଶର ବିରୋଧ ସତ୍ତ୍ବେ ମଧ୍ୟ ୟୁକ୍ରେନ ଉପରେ ଆକ୍ରମଣ କରିଛି ଋଷ। ଆମେରିକା, ଜର୍ମାନୀ, ବ୍ରିଟେନ ଭଳି ଦେଶ ଆର୍ଥିକ କଟକଣା ଲଗାଇଥିଲେ ବି ପଛକୁ ହଟିଲାନି ଋଷ। ଏବେ ରୁଷୀୟ ରାଷ୍ଟ୍ରପତି ଭ୍ଲାଦିମିର୍ ପୁଟିନ୍ ୟୁକ୍ରେନ୍ ବିପକ୍ଷରେ ଯୁଦ୍ଧ ଘୋଷଣା କରିବା କ୍ଷଣି କିଏଭ୍ ଏବଂ ଖାର୍କିଭ୍ରେ ପ୍ରଚଣ୍ଡ ବିସ୍ଫୋରଣ ଆରମ୍ଭ ହୋଇଯାଇଛି। ତେବେ ଏଭଳି ସ୍ଥିତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ହସ୍ତକ୍ଷେପ ଲୋଡିଛନ୍ତି ୟୁକ୍ରେନୀୟ ରାଷ୍ଟ୍ରଦୂତ।
ଭାରତରେ ଥିବା ୟୁକ୍ରେନୀୟ ରାଷ୍ଟ୍ରଦୂତ ଆଇଗୋର୍ ପୋଲିଖା ପ୍ରଧାନମନ୍ତ୍ରୀ ମୋଦୀଙ୍କ ହସ୍ତକ୍ଷେପ ଲୋଡ଼ି କହିଛନ୍ତି ଯେ, ଋଷ୍ ସହ ଭାରତର ଉତ୍ତମ ସମ୍ପର୍କ ଅଛି। ଋଷ୍-ୟୁକ୍ରେନ୍ ସଙ୍କଟ ନିୟନ୍ତ୍ରଣ କରିବାରେ ନୂଆଦିଲ୍ଲୀ ଅଧିକ ସକ୍ରିୟ ଭୂମିକା ଗ୍ରହଣ କରିପାରିବ। ରୁଷୀୟ ରାଷ୍ଟ୍ରପତି ଭ୍ଲାଦିମିର୍ ପୁତିନ୍ ଏବଂ ଆମ ରାଷ୍ଟ୍ରପତି ଭୋଲୋଦିମିର୍ ଜେଲେନ୍ସ୍କିଙ୍କୁ ଅବିଳମ୍ବେ ଯୋଗାଯୋଗ କରିବା ପାଇଁ ଆମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଅନୁରୋଧ କରୁଛୁ।
ରୁଷିଆ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ଘନଘଟା ମଧ୍ୟରେ ୨୦ ହଜାରରୁ ଅଧିକ ଭାରତୀୟ ୟୁକ୍ରେନରେ ଅଛନ୍ତି। ସେମାନଙ୍କୁ ଆଣିବା ପାଇଁ ଏୟାର ଇଣ୍ଡିଆର ଇଓ୧୯୪୭ ବିମାନ ୟୁକ୍ରେନ ଅଭିମୁଖେ ବାହାରି ଥିଲା। ହେଲେ ୟୁକ୍ରେନ ନୋ ଫ୍ଲାଇଂ ଜୋନ୍ ଘୋଷଣା କରିଥିବାରୁ ଭାରତୀୟ ବିମାନ ଅଧାରୁ ଦିଲ୍ଲୀ ଫେରି ଆସିଥିବା ସୂଚନା ମିଳିଛି।

Related Posts

Seo wordpress plugin by www.seowizard.org.