Odisha News

ରାଜଧାନୀରେ ପୁଣି ହିଟ୍ ଆଣ୍ଡ ରନ୍, ଟ୍ରକ ଧକ୍କାରେ ସ୍ୱାମୀ-ସ୍ତ୍ରୀ ମୃତ

ଭୁବନେଶ୍ୱର, ୮/୫: ସକାଳୁ ସକାଳୁ ରାଜଧାନୀ ଭୁବନେଶ୍ୱରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଥିବାର ଖବର ମିଳିଛି। ପଳାଶୁଣୀଠାରେ ଦୁଇ ପୁରୁଷ ଓ ମହିଳା ରାସ୍ତା ପାରି ହେଉଥିବାବେଳେ ଏକ ଅଜଣା ଗାଡ଼ି ସେମାନଙ୍କୁ ଧକ୍କା ଦେଇଥିଲା।
ଏପରିକି ଗାଡ଼ିର ବେଗ ଏତେ ଅଧିକ ଥିଲା ଯେ ଦୁର୍ଘଟଣା ପରେ ନ ରୋକି ଉକ୍ତ ବ୍ୟକ୍ତି ଜଣଙ୍କୁ ପଳାଶୁଣୀରୁ ସତ୍ୟବିହାର ଯାଏଁ ଘୋଷାଡ଼ି ନେଇଥିଲା। ଫଳରେ ଦୁହିଁଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଉଭୟେ ଦମ୍ପତି ବୋଲି ଜଣାଯାଇଛି।
ଉକ୍ତ ଟ୍ରକ୍ ଟି ଭୁବନେଶ୍ୱରରୁ କଟକ ଯାଉଥିବା ବେଳେ ଏହି ଅଘଟଣ ଘଟିଛି। ଦୁଇ ମୃତକଙ୍କ ଘର ସୋନପୁରରେ ବୋଲି ଜଣାଯାଇଛି।

Related Posts

Seo wordpress plugin by www.seowizard.org.