Odisha News

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର, ୫/୪ : ମଙ୍ଗଳବାର ଦିନ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୭୫୭ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨ ଜଣ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୯ ଜଣ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ନୂଆପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୨ ଜଣ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୭୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୬୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୩୨୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୮୦୨୦୮୦ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Posts

Seo wordpress plugin by www.seowizard.org.