Top Stories

ରାଜ୍ୟରେ କମିବ ନିଶା ବ୍ୟବହାର,ପର୍ଯ୍ୟାୟ କ୍ରମେ ଥମିବ ମଦ କାରବାର

ଭୁବନେଶ୍ୱର,୨୬/୬: ଓଡ଼ିଶା ହେବ ମଦମୁକ୍ତ। ରାଜ୍ୟକୁ ମଦମୁକ୍ତ କରିବାକୁ ସରକାର ଅଣ୍ଟା ଭିଡ଼ିଛନ୍ତି। ଏନେଇ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ବୟାନ ଦେଇଛନ୍ତି। ସରକାରୀ ସ୍ତରରେ ଅନେକ ରାଜ୍ୟରେ ମଦ ବନ୍ଦ ହୋଇଛି। ଓଡିଶା ସରକାର ମଧ୍ୟ ମଦ ବନ୍ଦ କରିବାକୁ ଚେଷ୍ଟା କରିବେ ବୋଲି ସେ କହିଛନ୍ତି।
ତେବେ ଓଡ଼ିଶାକୁ ମଦ ଓ ନିଶା ମୁକ୍ତ କରିବାକୁ ଭାଜପା ସରକାର ଯୋଜନା କରୁଛନ୍ତି। ଅବକାରୀ ସମେତ ବିଭିନ୍ନ ବିଭାଗ ସହ ଆଲୋଚନା ହେବ। ଆଲୋଚନା ହୋଇ ପର୍ଯ୍ୟାୟକ୍ରମେ ପଦକ୍ଷେପ ନିଆଯିବ। ସୁସ୍ଥ ସମାଜ ଗଠନ ପାଇଁ ଏହା ବେଶ ଆବଶ୍ୟକ ବୋଲି ମନ୍ତ୍ରୀ କହିଛନ୍ତି ।

Related Posts

Seo wordpress plugin by www.seowizard.org.