Odisha News

ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୫୭୨ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, ୧୧/୨: ଶୁକ୍ରବାର ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧,୫୭୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯୧୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୬୫୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏଥିମଧ୍ୟରୁ ୩୦୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୯ ଜଣ, ବାଲେଶ୍ୱରରୁ ୬୨ ଜଣ, ବରଗଡ଼ରୁ ୨୫ ଜଣ, ଭଦ୍ରକରୁ ୨୭ ଜଣ, ବଲାଙ୍ଗୀରରୁ ୪୦ ଜଣ, ବୌଦ୍ଧ ଜିଲ୍ଲାରୁ ୨୫, କଟକରୁ ୧୬୧ ଜଣ, ଦେବଗଡ଼ରୁ ୨୦ ଜଣ, ଢେଙ୍କାନାଳରୁ ୩୫ ଜଣ, ଗଜପତିରୁ ୪୭, ଗଞ୍ଜାମରୁ ୨୭ ଜଣ, ଜଗତସିଂହପୁରରୁ ୪୮ ଜଣ, ଯାଜପୁରରୁ ୫୨ ଜଣ, ଝାରସୁଗୁଡ଼ାରୁ ୧୩ ଜଣ, କଳାହାଣ୍ଡିରୁ ୨୨ ଜଣ, କନ୍ଧମାଳରୁ ୬୨ ଜଣ, କେନ୍ଦ୍ରାପଡ଼ାରୁ ୩୦ ଜଣ, କେଉଁଝରରୁ ୪୩ ଜଣ, ଖୋର୍ଦ୍ଧାରୁ ୨୩୩ ଜଣ, କୋରାପୁଟରୁ ୮୭ ଜଣ, ମାଲକାନଗିରିରୁ ୬ ଜଣ, ମୟୁରଭଞ୍ଜରୁ ୬୦ ଜଣ, ନବରଙ୍ଗପୁରରୁ ୨୦, ନୟାଗଡ଼ରୁ ୩୫ ଜଣ, ନୂଆପଡ଼ାରୁ ୨୩ ଜଣ, ପୁରୀରୁ ୩୯ ଜଣ, ରାୟଗଡ଼ାରୁ ୭୪ ଜଣ, ସମ୍ୱଲପୁରରୁ ୭୩ ଜଣ, ସୋନପୁରରୁ ୧୨, ସୁନ୍ଦରଗଡ଼ରୁ ୧୧୩ ଜଣ ଓ ଷ୍ଟେଟ ପୁଲରୁ ୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର‌୍ୟ୍ୟନ୍ତ ରାଜ୍ୟରେ ୧୨, ୭୪, ୫୭୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୫୧, ୪୩୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୪, ୨୫୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Related Posts

Seo wordpress plugin by www.seowizard.org.