Odisha News

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ପଜିଟିଭଙ୍କ ସଂଖ୍ୟା ୧୨୮୭୮୬୪ ଜଣକୁ ବୃଦ୍ଧି

ଭୁବନେଶ୍ୱର ୧୧/୪ : ସୋମବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୮୬୪ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୪ଜଣ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୪ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୮୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଏଥି ମଧ୍ୟରୁ ୧୪୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୫୩୬ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୯୨୮୮୬୨ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Posts

Seo wordpress plugin by www.seowizard.org.