Odisha News

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪୫ ଜଣ କରୋନା ପଜିଟିଭ ଚିହ୍ନଟ , ୩୭ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର

ଭୁବନେଶ୍ବର, ୫/୩ : ଶନିବାର ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୮୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୬୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୭ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।
ଶନିବାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ଗତକାଲି ୧୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୫ ଜଣ, ବାଲେଶ୍ୱରରୁ ୧୨ ଜଣ, ଭଦ୍ରକ ଜିଲ୍ଲାରୁ ୧ ଜଣ, ବଲାଙ୍ଗୀରରୁ ୨ ଜଣ, ବୌଦ୍ଧରୁ ୪ ଜଣ, କଟକରୁ ୪ ଜଣ, ଦେବଗଡ଼ରୁ ୧ ଜଣ, ଗଜପତିରୁ ୧୬, ଗଞ୍ଜାମରୁ ୬ ଜଣ, ଜଗତସିଂହପୁରରୁ ୧ ଜଣ, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୮ ଜଣ, କଳାହାଣ୍ଡି ଜିଲ୍ଲାରୁ ୧ ଜଣ, କନ୍ଧମାଳ ଜିଲ୍ଲାରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୩ ଜଣ, ଖୋର୍ଦ୍ଧାରୁ ୨୫ ଜଣ, କୋରାପୁଟରୁ ୨ ଜଣ,ମୟୂରଭଞ୍ଜରୁ ୪ ଜଣ, ନବରଙ୍ଗପୁରରୁ ୪ ଜଣ, ନୂଆପଡ଼ା ଜିଲ୍ଲାରୁ ୨ ଜଣ, ପୁରୀରୁ ୧ ଜଣ, ସମ୍ୱଲପୁରରୁ ୧୭ ଜଣ, ସୁନ୍ଦରଗଡ଼ରୁ ୧୭ ଜଣ ଓ ଷ୍ଟେଟ ପୁଲରୁ ୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର‌୍ୟ୍ୟନ୍ତ ରାଜ୍ୟରେ ୧୨, ୮୫, ୭୬୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୫, ୧୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧, ୫୯୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Related Posts

Seo wordpress plugin by www.seowizard.org.