Odisha News

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫ଟି ଜିଲ୍ଲାରୁ ୧୧ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର, ୨୨/୪: ଗତକାଲି ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଶୁକ୍ରବାରରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏମାନଙ୍କ ମଧ୍ୟରୁ ୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।
ଆଜି ରାଜ୍ୟର ମାତ୍ର ୫ଟି ଜିଲ୍ଲାରୁ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୫ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୩ ଜଣ ଲେଖାଏଁ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗୀର ଜିଲ୍ଲାରୁ ୨ ଜଣ, କଟକ ଜିଲ୍ଲାରୁ ୨ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ଓ ସମ୍ବଲପୁର ଜିଲ୍ଲାରୁ ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର‌୍ୟ୍ୟନ୍ତ ରାଜ୍ୟରେ ୧୨, ୮୭, ୯୭୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୭୦୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୦୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Related Posts

Seo wordpress plugin by www.seowizard.org.