Odisha News

ରାଜ୍ୟରେ ଚିନ୍ତା ବଢ଼ିଲାଣି ଡେଙ୍ଗୁ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଚିହ୍ନଟ

ଭୁବନେଶ୍ୱର, ୨୧/୯ : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୩୭୮୮ ଡେଙ୍ଗୁ ରୋଗୀ । ୨୭ ହଜାର ୭୫୯ ସାମ୍ପୁଲ୍ ଟେଷ୍ଟ ହୋଇଥିବା ବେଳେ ଚିହ୍ନଟ ହୋଇଛନ୍ତି ୩୭୮୮ ଆକ୍ରାନ୍ତ ।
ଖୋର୍ଦ୍ଧାରେ ସର୍ବାଧିକ ୨୧୩୮ ହୋଇଥିବା ବେଳେ କୋରାପୁଟରେ ୩୫୯, ରାୟଗଡ଼ାରେ ୩୨୧, ମାଲକାନାଗିରିରେ ୨୩୨ ଆକ୍ରାନ୍ତ ଚିହ୍ନଟ ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ।
ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ଏବେ ସୁଦ୍ଧା ରାଜ୍ୟରେ ସରକାରୀ ଭାବେ ଡେଙ୍ଗୁରେ କୌଣସି ଲୋକଙ୍କ ମୃତ୍ୟୁ ହୋଇନାହିଁ। ୨୦୨୧ରେ ଏହି ସମୟରେ ୩ ହଜାର ୮୯୫ ଆକ୍ରାନ୍ତ ଚିହ୍ନଟ ହୋଇଥିଲା । ମୋଟ ୧୫ ହଜାର ୮୩୮ ସାମ୍ପୁଲ ଟେଷ୍ଟ ହୋଇଥିଲା।
ଗତବର୍ଷ ତୁଳନାରେ ପଜିଟିଭିଟି ରେଟ କମିଥିବା ବେଳେ ଦୈନିକ ସଂକ୍ରମଣ ବି କମିଛି। ମୌସୁମୀ ସମୟରେ ଓ ମୌସୁମୀ ପରେ ଡେଙ୍ଗୁ ସାମାନ୍ୟ ବଢ଼ିଥିବା ବେଳେ ଏବେ ହ୍ରାସ ପାଉଛି ।

Related Posts

Seo wordpress plugin by www.seowizard.org.