Odisha News

ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୮ ନୂଆ ଓମିକ୍ରନ୍ ସଂକ୍ରମିତ, ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୦୩କୁ ବୃଦ୍ଧି

ଭୁବନେଶ୍ବର ୧୦/୧ : ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୮ ନୂଆ ଓମିକ୍ରନ୍ ସଂକ୍ରମିତ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି । ଆଉ ୨୮ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ନେଇ ସ୍ବାସ୍ଥ୍ୟ ବିଭାଗକୁ ଓଖଝ ଅବଗତ କରିଛି । ଡିସେମ୍ବର ୨୧ରେ ରାଜ୍ୟରେ ପ୍ରଥମ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।
ରାଜ୍ୟରେ ପ୍ରଥମ ଭାବେ ଡିସେମ୍ବର ୨୧ ତାରିଖରେ ୨ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ପରେ ଡିସେମ୍ବର ୨୩ ତାରିଖରେ ଆଉ ୨ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ୨୬ ତାରିଖରେ ଆଉ ୪ ଜଣ, ୨୯ ତାରିଖରେ ଜଣେ, ୩୦ ତାରିଖରେ ୫ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।
ଜାନୁଆରୀ ୨ ତାରିଖରେ ୨୩ ଜଣ, ୫ ତାରିଖରେ ୨୪ ଜଣ, ୮ତାରିଖରେ ୧୪ ଜଣ ଓମିକ୍ରନ୍ ସଂକ୍ରମିତ ହୋଇଥିବା ବେଳେ ୧୦ ତାରିଖରେ ୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଓମିକ୍ରନ୍ ଆକ୍ରାନ୍ତ ସଂଖ୍ୟା ୧୦୩କୁ ବୃଦ୍ଧି ହୋଇଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୭୫୬୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୦୫୬୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୬୬୧୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୬୧୭୮୯୭୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Posts

Seo wordpress plugin by www.seowizard.org.