Odisha News

ରାଜ୍ୟରେ ପୁଣି ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୬୦୭ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର,୧୯/୧: ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧,୬୦୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୯୯୧ ଜଣ ଅଛନ୍ତି। ୧୧,୬୦୭ ଜଣଙ୍କ ମଧ୍ୟରୁ ୬୭୨୮ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୮୪୭୯ ଟି ହେଉଛି ଲୋକାଲ୍ କେସ୍।
ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪,୩୪୭ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୨୧୯, କଟକରୁ ୮୯୮, ଷ୍ଟେଟପୁଲ୍ରୁ ୮୭୭, ସମ୍ବଲପୁରରୁ ୩୯୦, ବାଲେଶ୍ୱରରୁ ୩୦୫, ଯାଜପୁରରୁ ୨୩୧,ରାୟଗଡ଼ାରୁ ୨୨୯, ବଲାଙ୍ଗିରରୁ ୨୨୯, ଝାରସୁଗୁଡ଼ାରୁ ୨୧୯, ନୟାଗଡ଼ରୁ ୨୦୬, ଅନୁଗୋଳ ୧୮୫ ଓ ମୟୂରଭଞ୍ଜରୁ ୧୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୬୭ ହଜାର ୯୪ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୧୦ ଲକ୍ଷ ୭୩ହଜାର୭୭୭ ଜଣ ସୁସ୍ଥ ହୋଇସାରିଲେଣି। ଏବେ ରାଜ୍ୟରେ ୮୪୭୭୦ ଜଣ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ ମୃତ୍ୟୁ ସଂଖ୍ୟା ୮, ୪୮୮ କୁ ବୃଦ୍ଧି ପାଇଛି।

Related Posts

Seo wordpress plugin by www.seowizard.org.