Odisha News

ରାଜ୍ୟରେ ପୁଣି ୪ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର,୯/୭: ରାଜ୍ୟରେ ଗୁରୁବାର ଦିନ ପୁଣି ୪ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ଏହାଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୨କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ପ୍ରଦତ୍ତ ସୂଚନା ଅନୁଯାୟୀ ସେମାନଙ୍କ ମଧ୍ୟରୁ ୩ ଜଣ ଗଞ୍ଜାମ ଜିଲ୍ଲାର ହୋଇଥିବା ବେଳେ ଭଦ୍ରକ ଜିଲ୍ଲାର ଜଣେ ଅଛନ୍ତି । ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାର ଜଣେ ୬୫ ବର୍ଷର ମହିଳା, ୫୮ ଓ ୬୩ ବର୍ଷର ପୁରୁଷ, ଭଦ୍ରକ ଜିଲ୍ଲାର ୫୮ ବର୍ଷର ପୁରୁଷ ଥିବାର ସୂଚନା ଦିଆଯାଇଛି ।
ଏହି ତିନି ଜଣଙ୍କ ମୃତ୍ୟୁ ପରେ ଗଞ୍ଜାମ ଜିଲ୍ଲାରେ କରୋନାଜନିତ ମୃତକଙ୍କ ସଂଖ୍ୟା ୩୦ରେ ପହଞ୍ଚିଥିବା ବେଳେ କଟକରେ ଏହି ସଂଖ୍ୟା ୫ ହୋଇଛି। ସେହିଭଳି ଖୋର୍ଦ୍ଧା ଜିଲ୍ଲାରେ ୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପୁରୀ, ବରଗଡ଼, ସୁନ୍ଦରଗଡ଼, ଅନୁଗୁଳ, ଯାଜପୁର, ଗଜପତି, ରାୟଗଡ଼ା, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟଙ୍କର ମୃତ୍ୟୁ ହୋଇଛି।
କରୋନା ବ୍ୟତୀତ ଅନ୍ୟ ରୋଗରେ ପୀଡ଼ିତ ମୃତ୍ୟୁବରଣ କରିଥିବା ଲୋକଙ୍କ ସଂଖ୍ୟା ୧୫ରେ ପହଞ୍ଚିଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Related Posts

Seo wordpress plugin by www.seowizard.org.