Odisha News

ରାଜ୍ୟରେ ପ୍ରାଣ ହରାଇଲେ ଆଉ ୧୦ କରୋନା ସଂକ୍ରମିତ

ଭୁବନେଶ୍ୱର ୩୦।୭: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
ମୃତକଙ୍କ ମଧ୍ୟରୁ ସମ୍ବଲପୁର ଜିଲ୍ଲାରୁ ଜଣେ, ଭୁବନେଶ୍ବରରୁ ୨ ଜଣ, ଗଞ୍ଜାମ ଜିଲ୍ଲାରୁ ୪ ଜଣ, ନୟାଗଡ ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଏବଂ ରାୟଗଡା ଜିଲ୍ଲାରୁ ଜଣେ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୩୭୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୧୨୩୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୮୯୩୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୬୯ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩୬ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୦୦୨୩୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Posts

Seo wordpress plugin by www.seowizard.org.