Odisha News

ରାଜ୍ୟରେ ଲାଗି ରହିଥିବା ବନ୍ୟା ବିତ୍ପାତ ପାଇଁ ଘୁଞ୍ଚିଲା ଆସିଷ୍ଟାଣ୍ଟ ସେକ୍ସନ୍ ଅଫିସର (ଏଏସଓ) ଲିଖିତ ପରୀକ୍ଷା

ଭୁବନେଶ୍ୱର, ୧୮/୮: ରାଜ୍ୟରେ ଲାଗି ରହିଥିବା ବନ୍ୟା ବିତ୍ପାତ ପାଇଁ ଆସନ୍ତା ୨୧ ତାରିଖରେ ହେବାକୁ ଥିବା ଇଝଙ ଲିଖିତ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ତେବେ ଏହି ପରୀକ୍ଷା ନିମନ୍ତେ ନୂଆ ତାରିଖ ଘୋଷଣା କରାଯାଇ ନାହିଁ। ପରୀକ୍ଷା ଘୁଞ୍ଚିବା ନେଇ ଙଚଝଉ ପକ୍ଷରୁ ସୂଚନା ଦିଆଯାଇଛି ।
ଅଗଷ୍ଟ ୨୧ ତାରିଖ ରବିବାର ଆସିଷ୍ଟାଣ୍ଟ ସେକ୍ସନ୍ ଅଫିସର (ଇଝଙ) ପରୀକ୍ଷା ନିମନ୍ତେ ଦିନ ଧାର୍ଯ୍ୟ କରାଯାଇଥିଲା । ମାତ୍ର ଓପିଏସସି ବିଜ୍ଞପ୍ତିରେ ଅନୁସାରେ, ରାଜ୍ୟରେ ପ୍ରବଳ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବାରୁ ଇଝଙ ଲିଖିତ ପରୀକ୍ଷା ପରବର୍ତ୍ତୀ ଆଦେଶ ପର‌୍ୟ୍ୟନ୍ତ ସ୍ଥଗିତ ରଖାଯାଇଛି । ନୂଆ ତାରିଖ ଖୁବଶୀଘ୍ର ଘୋଷଣା ହେବ ବୋଲି ସୂଚନା ଦିଆଯାଇଛି ।
ଇଝଙ ଲିଖିତ ପରୀକ୍ଷା ଦେବାକୁ ଆଶାୟୀ ଥିବା ବହୁ ଛାତ୍ରଛାତ୍ରୀ ବନ୍ୟା ଘେରରେ ଥିବାରୁ ସେମାନଙ୍କ ସୁବିଧା ନିମନ୍ତେ ଏହି ପଦକ୍ଷେପ ନିଆଯାଇଛି ।

Related Posts

Seo wordpress plugin by www.seowizard.org.