Odisha News

ରାଜ୍ୟରେ ହ୍ରାସ ହେଉଛି କରୋନା,୨୪ ଘଣ୍ଟାରେ ବାହାରିଲେ ୪୦ ପଜିଟିଭ

ଭୁବନେଶ୍ୱର,୨/୪ : ଶନିବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୭୦୧ ଜଣକୁ ବୃଦ୍ଧି ପାଇଛି ।
ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨ ଜଣ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨୨ଜଣ, ବାଲେଶ୍ୱର ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୫ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୭୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୬୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୧୬୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୭୩୯୧୩୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Posts

Seo wordpress plugin by www.seowizard.org.