Odisha News

ରାଜ୍ୟରେ ୩ ଶହ ତଳେ ରହିଛି ଦୈନିକ କରୋନା ସଂକ୍ରମଣ, ୧୦୯ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ

ଭୁବନେଶ୍ବର, ୨୬/୮: ଶୁକ୍ରବାର ରାଜ୍ୟରେ ୩ ଶହ ତଳେ ରହିଛି ଦୈନିକ କରୋନା ସଂକ୍ରମଣ। ଗତକାଲି ୩୫୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୦୯ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି।
ଏଥିମଧ୍ୟରେ ୪୭ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୬ଟି ଜିଲ୍ଲାରୁ ୨୬୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୪୭ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ବର ଜିଲ୍ଲାରୁ ୨, ବରଗଡ଼ରୁ ୫, ଭଦ୍ରକରୁ ୩, ବଲାଙ୍ଗୀରରୁ ୧୭ ଜଣ, ବୌଦ୍ଧରୁ ୭, କଟକରୁ ୧୫ ଜଣ, ଦେବଗଡ଼ରୁ ୪ ଜଣ, ଗଜପତିରୁ ୧୧ ଜଣ, ଗଞ୍ଜାମରୁ ୧, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୫, କଳାହାଣ୍ଡି ଜିଲ୍ଲାରୁ ୧ ଜଣ, କନ୍ଧମାଳରୁ ୯ ଜଣ ଓ କେନ୍ଦ୍ରାପଡ଼ାରୁ ୨ କରୋନା ଅକ୍ରାାନ୍ତ ଚିହ୍ନ ହୋଇଛନ୍ତି ।
ସେହିପରଖୋର୍ଦ୍ଧା ଜିଲ୍ଲାରୁ ୫୦, କୋରାପୁଟ ଜିଲ୍ଲାରୁ ୨ ଜଣ, ମୟୂରଭଞ୍ଜରୁ ୯ ଜଣ, ନବରଙ୍ଗପୁରରୁ ୯ ଜଣ, ନୟାଗଡ଼ ଜିଲ୍ଲାରୁ ୬ ଜଣ, ନୂଆପଡ଼ାରୁ ୬, ପୁରୀରୁ ୭ ଜଣ, ରାୟଗଡ଼ାରୁ ୨, ସମ୍ବଲପୁରରୁ ୧୬ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୫୩ ଜଣ ଓ ଷ୍ଟେଟପୁଲରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୨୬, ୩୮୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩,୧୫, ୧୭୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୯୮୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Related Posts

Seo wordpress plugin by www.seowizard.org.