Odisha News

ରାଜ୍ୟର ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠୁ ନାମାଙ୍କନ ଦାଖଲ

ନୂଆଦିଲ୍ଲୀ /ଭୁବନେଶ୍ୱର,୧୮/୪:ଦେଶର ଚତୁର୍ଥ ଏବଂ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି।
ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହ ଆଜିଠୁ ଦେଶରେ ଓ ରାଜ୍ୟରେ ଆରମ୍ଭ ହେବ ନାମାଙ୍କନ ଦାଖଲ ପ୍ରକ୍ରିୟା।
ପ୍ରାର୍ଥୀମାନେ ଏପ୍ରିଲ ୨୫ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ କରିବେ। ଏପ୍ରିଲ ୨୬ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ଓ ଏପ୍ରିଲ ୨୯ ପ୍ରାର୍ଥୀ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି। ମେ ୧୩ ତାରିଖରେ ଓଡିଶାରେ ହେବ ପ୍ରଥମ ପର୍ଯ୍ୟାୟ ଭୋଟ।
କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ୨୮ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ମତଦାନ ହେବ। କେଉଁଠି କେଉଁ ସମୟରେ ଭେଟ ଗ୍ରହଣ ହେବ ସେନେଇ ମଧ୍ୟ ବିଜ୍ଞପ୍ତିରେ ଦର୍ଶାଯାଇଛି ।
କଳାହାଣ୍ଡି ଲୋକସଭା କ୍ଷେତ୍ରରେ ଥିବା ନୂଆପ ଖ ଲାଂଜିଗଡ଼ ବିଧାନସଭା କ୍ଷେତ୍ରରେ ସକାଳ ୭ଟାରୁ ଅପରାହ୍ନ ୪ଟା ଯାଏଁ ଭୋଟ ଗ୍ରହଣ ହେବ । ଜୁନାଗଡ଼, ଧର୍ମଗଡ଼, ଭବାନୀପାଟଣା, ନର୍ଲାରେ ସକାଳ ୭ଟାରୁ ଅପରାହ୍ନ ୫ଟା ଯାଏଁ ଭୋଟ ଗ୍ରହଣ ହେବ ।
ନବରଙ୍ଗପୁର ଲୋକସଭା କ୍ଷେତ୍ରର ଉମରକୋଟ, ଝରିଗାଁ ଓ ଡାବୁଗାଁ ଓ ନବରଙ୍ଗପୁର ବିଧାନସଭା ଆସନରେ ସକାଳ ୭ଟାରୁ ୪ଟା ଯାଏଁ ଭୋଟ ଗ୍ରହଣ ହେବ ।
କୋଟପା, ମାଲକାନଗିରି, ଚିତ୍ରକୋଣ୍ଡାରେ ୭ଟାରୁ ୫ଟା ଭୋଟ ଗ୍ରହଣ ହେବ । ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ପାରଳାଖେମୁଣ୍ଡିରେ ସକାଳ ୭ଟାରୁ ସଂଧ୍ୟା ୬ଟା। କେବଳ ମୋହନାରେ ସକାଳ ୭ଟାରୁ ଅପରାହ୍ଣ ୪ଟା ଯାଏଁ ଭୋଟ ଗ୍ରହଣ ହେବ। କୋରାପୁଟ ସଂସଦୀୟ କ୍ଷେତ୍ରର ଗୁଣୁପୁର, ବିଷମକଟକ, ରାୟଗଡ଼ା ଓ କୋରାପୁଟ ବିଧାନସଭା କ୍ଷେତ୍ରରେ ସକାଶ ୭ଟାରୁ ଅପରାହ୍ନ ୫ଟା ଯାଏଁ ଭୋଟ ଗ୍ରହଣ ହେବ ।
ସେହିପରି ଲକ୍ଷ୍ମୀପୁର ଓ ପଟାଙ୍ଗୀରେ ସକାଳ ୭ଟାରୁ ଅପରାହ୍ନ ୪ଟା ଓ ଜୟପୁର ବିଧାନସଭା କ୍ଷେତ୍ରରେ ସକାଳ ୭ଟାରୁ ସଂଧ୍ୟା ୬ଟା ପର‌୍ୟ୍ୟନ୍ତ ଭୋଟ ଗ୍ରହଣ ହେବ ।
ସୂଚନାଯୋଗ୍ୟ, ଦେଶରେ ପ୍ରଥମ ପର‌୍ୟ୍ୟାୟ ର୍ନିବାଚନ ପାଇଁ ଆସନ୍ତାକାଲି ପ୍ରଥମପର‌୍ୟ୍ୟାୟ ଭୋଟହେବ। ପ୍ରଥମ ପର‌୍ୟ୍ୟାୟରେ ୧୭ ରାଜ୍ୟ ଓ ୪ କେନ୍ଦ୍ରଶାସିତ ଅଞ୍ଚଳର ମୋଟ ୧୦୨ ସିଟ ପାଇଁ ଭୋଟିଂ ହେବ।

Related Posts

Seo wordpress plugin by www.seowizard.org.