Odisha News

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ପୁରସ୍କୃତ ହେଲେ ଓଡ଼ିଶାର ୩ ଜଣ ଏନ୍ଏସ୍ଏସ୍ ସ୍ୱେଚ୍ଛାସେବୀ

ନୂଆଦିଲ୍ଲୀ/ଭୁବନେଶ୍ବର,୨୪/୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨୦୨୦-୨୦୨୧ ବର୍ଷ ପାଇଁ ଜାତୀୟ ସେବା ଯୋଜନା (ଏନଏସଏସ) ପୁରସ୍କାର ପ୍ରଦାନ କରିଛନ୍ତି । ଶନିବାର (ସେପ୍ଟେମ୍ବର ୨୪, ୨୦୨୨) ରାଷ୍ଟ୍ରପତି ଭବନରେ ଏହି ପୁରସ୍କାର ପ୍ରଦାନ କରାଯାଇଥିଲା।
ତିନୋଟି ବର୍ଗରେ ଏନଏସଏସ ପୁରସ୍କାର ପ୍ରଦାନ କରାଯାଇଛି । ବିଶ୍ବବିଦ୍ୟାଳୟ/ଯୁକ୍ତ ଦୁଇ ପରିଷଦ, କାର୍ଯ୍ୟକ୍ରମ ଅଧିକାରୀ/ଏନଏସଏସ ୟୁନିଟ ଏବଂ ସ୍ବେଚ୍ଛାସେବୀ ବର୍ଗରେ ପୁରସ୍କାର ଦିଆଯାଇଥିଲା। ଚଳିତ ଥର ଓଡ଼ିଶାର ତିନି ଜଣ ବ୍ୟକ୍ତିବିଶେଷ ରାଷ୍ଟ୍ରପତିଙ୍କ ଠାରୁ ଏନଏସଏସ ପୁରସ୍କାର ଗ୍ରହଣ କରିଛନ୍ତି।
କାର୍ଯ୍ୟକ୍ରମ ଅଧିକାରୀ/ଏନଏସଏସ ୟୁନିଟ ବର୍ଗରେ ମୟୂରଭଞ୍ଜ ଜିଲ୍ଲା ଆରଡିଏସ ଡିଗ୍ରୀ ମହାବିଦ୍ୟାଳୟର ଡକ୍ଟର ଦିଲିପ କୁମାର ପରମାଣିକ ଏହି ପୁରସ୍କାର ପାଇଛନ୍ତି ।
ସେହିପରି ଏନଏସଏସ ସ୍ବେଚ୍ଛାସେବୀ ବର୍ଗରେ ଭୁବନେଶ୍ବର ସ୍ଥିତ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ ଏଜୁକେସନ ଏଣ୍ଡ ରିସର୍ଚ୍ଚର ପ୍ରତୀକ ଦାଶ ଏବଂ ଭୁବନେଶ୍ବର ସ୍ଥିତ ସ୍କୁଲ୍ ଅଫ୍ ଲ’ର ଆକାଂକ୍ଷା କବି ପୁରସ୍କୃତ ହୋଇଛନ୍ତି।

Related Posts

Seo wordpress plugin by www.seowizard.org.