Odisha News

ଶପଥ ପରେ ୩ ମନ୍ତ୍ରୀଙ୍କୁ ଦାୟିତ୍ୱ ବଣ୍ଟନ, ବିକ୍ରମ କେଶରୀଙ୍କୁ ଅର୍ଥ ବିଭାଗ

ଭୁବନେଶ୍ବର,୨୨/୫ : ସୋମବାର ରାଜ୍ୟର ତିନି ଜଣ ନୂଆ ମନ୍ତ୍ରୀ ଶପଥ ନେଇଥିବାବେଳେ ଏବେ ସେମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି । ବିକ୍ରମ କେଶରୀ ଆରୁଖଙ୍କୁ ଅର୍ଥ ବିଭାଗର ଦାୟିତ୍ୱ ମିଳିଥିବାବେଳେ ସୁଦାମ ମାର୍ଣ୍ଡିଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ଓ ଶାରଦା ନାୟକଙ୍କୁ ଶ୍ରମ ବିଭାଗର ଦାୟିତ୍ୱ ମିଳିଛି । ସୋମବାର ସକାଳ ୯ଟା ୫୦ ମିନିଟରେ ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ବିକ୍ରମ କେଶରୀ ଆରୁଖ, ସୁଦାମ ମାର୍ଣ୍ଡି ଓ ଶାରଦା ନାୟକଙ୍କୁ ଶପଥ ପାଠ କରାଇଥିଲେ । ଆଜି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ତିନିଜଣ ମନ୍ତ୍ରୀ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଥିବାବେଳେ ଏବେ ବିଭାଗ ବଣ୍ଟନ କରାଯାଇଛି ।
ରାଜ୍ୟପାଳ ତିନିଜଣ ମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିବାବେଳେ ଏହି ସମୟରେ ଲୋକସେବା ଭବନର ସମ୍ମିଳନୀ କକ୍ଷରେ ମନ୍ତ୍ରୀ, ବିଧାୟକମାନେ ମଧ୍ୟ ଉପସ୍ଥିତ ଥିଲେ । ଉଲ୍ଲେଖ ଥାଉ କି ଗତ ୧୨ ତାରିଖରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ, ଦୁଇ ମନ୍ତ୍ରୀ ସମୀର ଦାଶ ଓ ଶ୍ରୀକାନ୍ତ ସାହୁ ଇସ୍ତଫା ଦେବା ପରେ ନୂଆ ମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଥିଲା। ଆଉ ଗତକାଲି ହିଁ ଏହି ତିନି ଜଣ ବରିଷ୍ଠ ବିଧାୟକ ହିଁ ମନ୍ତ୍ରୀ ହେବେ ବୋଲି ସ୍ପଷ୍ଟ ହୋଇଥିଲା।

Related Posts

Seo wordpress plugin by www.seowizard.org.