Odisha News

ଶୁକ୍ରବାରଠୁ ଭିତରକନିକାରେ ଚାଲିବ କୁମ୍ଭୀର ଗଣନା, ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଜାତୀୟ ଉଦ୍ୟାନ

ଭିତରକନିକା, ୪/୧: ବଉଳା କୁମ୍ଭୀର ଓ ପକ୍ଷୀ ଗଣନା ପାଇଁ ଆସନ୍ତାକାଲିଠୁ ଭିତରକନିକା ବନ୍ଦ । ଆସନ୍ତାକାଲିଠାରୁ ୧୩ ତାରିଖ ଯାଏଁ ୯ ଦିନ ଧରି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା।
୫ଟି ରେଞ୍ଜରେ ଗଣନା ଚାଲିବା ନେଇ ସୂଚନା ଦେଇଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ ।
କୁମ୍ଭୀର ଗଣନାରେ ବନବିଭାଗ ଟିମ୍ ଓ ବିଶେଷଜ୍ଞ ଦଳ ସାମିଲ ରହିବେ ।
ମହାକାଳପଡ଼ା, ରାଜନଗର, ଗହିରମଥା, କନିଆ ସମେତ ସଂଲଗ୍ନ ନଦୀନାଳ ମାନଙ୍କରେ ମଧ୍ୟ ଗଣନା କରାଯିବ ବୋଲି ଡିଏଫଓ ସୂଚନା ଦେଇଛନ୍ତି ।
ଏନେଇ ରାଜନଗର ଡିଏଫଓ ସୁଦର୍ଶନ ଗୋପୀନାଥ ଯାଦବ କହିଛନ୍ତି, ୯ ତାରିଖରେ କର୍ମଚାରୀଙ୍କ ପାଇଁ ପ୍ରଶିକ୍ଷଣ କାର‌୍ୟ୍ୟକ୍ରମ ରହିଛି। ଏହାପରେ ୧୦, ୧୧ ଓ ୧୨ ତାରିଖରେ ଗଣନା କରାଯିବ । ସବୁଜାଗାରେ ଥିବା କୁମ୍ଭୀର ଗଣନା କରିବାକୁ ଯଥାସାଧ୍ୟ ଚେଷ୍ଟା କରାଯିବ ।

Related Posts

Seo wordpress plugin by www.seowizard.org.