Odisha News

ଶ୍ରୀମନ୍ଦିର ସେବାୟତଙ୍କ ସ୍ୱାସ୍ଥ୍ୟ ବୀମା ରାଶି ୫ ଲକ୍ଷ ଟଙ୍କାକୁ ବୃଦ୍ଧି, ଛାତ୍ରଛାତ୍ରୀଙ୍କ ବିଭିନ୍ନ ପ୍ରବେଶିକା ପରୀକ୍ଷା ପାଇଁ କୋଚିଂ ବ୍ୟବସ୍ଥା

ପୁରୀ, ୧୨/୩ : ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରର ସେବାୟତମାନଙ୍କ କଲ୍ୟାଣ ପାଇଁ ଆଜି ବିଭିନ୍ନ ଯୋଜନା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିରେ ବିଭିନ୍ନ ଭତ୍ତାର ପରିମାଣ ଓ ସ୍ୱାସ୍ଥ୍ୟ ବୀମା ରାଶିରେ ବୃଦ୍ଧି କରାଯାଇଛି।
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ଶ୍ରୀ ଜଗନ୍ନାଥ ମନ୍ଦିରର ସେବାୟତ ଓ ସେମାନଙ୍କ ପରିବାର ପାଇଁ ଉଦ୍ଦିଷ୍ଟ ସ୍ୱାସ୍ଥ୍ୟ ବୀମା ଯୋଜନାରେ ପୂର୍ବରୁ ଦିଆଯାଉଥିବା ବୀମା ରାଶି ପରିମାଣକୁ ୨ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ଗୁରୁତର ରୋଗର ଚିକିତ୍ସା ପାଇଁ ଅତିରିକ୍ତ ୫ ଲକ୍ଷ ଟଙ୍କା ସହାୟତା ଦିଆଯିବ।
ସେହିଭଳି ସେବାୟତ ପରିବାରର ଛାତ୍ରଛାତ୍ରୀଙ୍କ ପାଇଁ ବିଭିନ୍ନ ପ୍ରବେଶିକା ପରୀକ୍ଷା ଯଥା- ଘଋଋଞ, ଔଋଋ ଓ ଉସଙ୍ଖସକ୍ଷ ଝରକ୍ସଙ୍ଖସମର ଉକ୍ଟବମଷସଦ୍ଭଶ ପାଇଁ ବ୍ୟବସ୍ଥା ବାବଦରେ ବର୍ଷକୁ ୫୦ ହଜାର ଟଙ୍କା ହିସାବରେ ସର୍ବାଧିକ ୩ ଥର ସହାୟତା ଯୋଗାଇ ଦିଆଯିବ।
ସେବାୟତମାନଙ୍କୁ ଦିଆଯାଉଥିବା ବିଭିନ୍ନ ବର୍ଦ୍ଧିତ ଭତ୍ତା, ସ୍ୱାସ୍ଥ୍ୟ ବୀମା ରାଶି, କୋଚିଂ ସହାୟତା ଓ ଅନ୍ୟାନ୍ୟ ସହାୟତା ପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ରାଜ୍ୟ ସରକାର ୧୦.୮୫ କୋଟି ଯୋଗାଇ ଦେଇଛନ୍ତି।

Related Posts

Seo wordpress plugin by www.seowizard.org.