Odisha News

ସକ୍ରିୟ ହେଲା ଲଘୁଚାପ, ଆଗାମୀ ୨୪ ଘଣ୍ଟାରେ ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୩୦/୭: ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି (ରବିବାର) ଉତ୍ତର ଓଡିଶା ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳରେ ୫.୮ କିମି ଉଚ୍ଚତା ଯାଏଁ ବ୍ୟାପିଛି।
ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଓଡ଼ିଶା ଓ ସଂଲଗ୍ନ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ଏବଂ ସମୁଦ୍ର ପତନଠାରୁ ୫.୮ କିଲୋମିଟର ଉଚ୍ଚତା ସହିତ ସମୁଦ୍ର ପତ୍ତନରେ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରୁଛି।
ମୌସୁମୀ ଲଘୁଚାପ ଏବେ ଉତ୍ତର ଓଡ଼ିଶା ଓ ଏହାର ସଂଲଗ୍ନ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳରେ ଥିବା ଶ୍ରୀଗଙ୍ଗାନଗର, ରୋହତକ, ଲକ୍ଷ୍ନୌ, ଗୟା, ରାଞ୍ଚି ଦେଇ ଦକ୍ଷିଣ-ପୂର୍ବ ଦିଗରେ ଗତି କରି କେନ୍ଦ୍ରୀୟ ବଙ୍ଗୋପସାଗରରେ ପ୍ରବେଶ କରିଛି।
ଏହାର ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା/ବଜ୍ରପାତ ହେବାର ସମ୍ଭାବନା ରହଥିବା ବେଳେ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାନେଇ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୩୧ ଜୁଲାଇ, ସୋମବାର ଅପରାହ୍ନ ମଧ୍ୟରେ ଓଡ଼ିଶାର ୪ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୧୨ରୁ ୨୦ସେମି)ର ସମ୍ଭାବନା ରହଥିବା ବେଳେ ୧୬ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ ସେମି)ର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।
ଏ ପରିସ୍ଥିତରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମୟୂରଭଞ୍ଜ, ଯାଜପୁର, ବଲାଙ୍ଗୀର, ଓ ବରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୧୨ରୁ ୨୦ସେମି)ର ସମ୍ଭାବନା ରହିଛି,
ସେଥିପାଇଁ ଏହି ୪ ଜିଲ୍ଲାକୁ ଅରେଞ୍ଜ ବା କମଳା ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Related Posts

Seo wordpress plugin by www.seowizard.org.