Odisha News

ସରକାରୀ ବସର ଫାଟିଗଲା ଟାୟାର, ଦୁର୍ଘଟଣାରେ ୧୦ ଆହତ

ସୁବର୍ଣ୍ଣପୁର,୩୦/୧୦ : ଚକା ଫାଟି ଯିବାରୁ ଭାରସାମ୍ୟ ହରାଇ ବିଲ ଭିତରକୁ ପଶିଗଲା ସରକାରୀ ବସ୍। ଦୁର୍ଘଟଣାରେ ୧୪ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ କୁଶାମାଲ ଗାଁ ନିକଟରେ ଏହି ସଡ଼କ ଦୁର୍ଘଟଣା ଘଟିଛି। ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି।
ଆଜି ସକାଳେ ବସ୍ଟି ଯାତ୍ରୀମାନଙ୍କୁ ନେଇ ବରଗଡ଼ରୁ ନବରଙ୍ଗପୁର ଅଭିମୁଖେ ଯାଉଥିଲା। କୁଶାମାଲ ଗାଁ ନିକଟରେ ବସ୍ର ଚକାଟି ଫାଟିଯାଇଥିଲା। ବସ୍ଟି ଭାରସାମ୍ୟ ହରାଇ ବିଲ ଭିତରକୁ ପଶି ଯାଇଥିଲା।
ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ପୁଲିସ ବସ୍କୁ ଜବତ କରି ଘଟଣାର ତଦନ୍ତ କରୁଛି।

Related Posts

Seo wordpress plugin by www.seowizard.org.