ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଚାଲେଞ୍ଜ୍ କରି ଆଗତ ପିଟିସନ୍କୁ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୩ ।୬: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ସୁପ୍ରିମକୋର୍ଟ ବଡ଼ ରାୟ ଶୁଣାଇଛନ୍ତି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ସୁପ୍ରିମକୋର୍ଟରେ ମାମଲା ଦାୟର ହୋଇଥିଲା। ମାମଲାର ଶୁଣାଣି କରି ଉଭୟ ଆବେଦନକାରୀଙ୍କ ମାମଲାକୁ ସୁପ୍ରିମକୋର୍ଟ ରଦ୍ଦ କରିଛନ୍ତି।
ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ କାମ ଚାଲିଥିବାରୁ ମାମଲା ରଦ୍ଦ କରାଯାଇଛି। ମାମଲା ରଦ୍ଦ ସହ ଉଭୟ ପିଟିସନରଙ୍କ ଉପରେ ଜରିମାନା ଲଗାଯାଇଛି। କୋର୍ଟଙ୍କ ବହୁ ମୂଲ୍ୟ ସମୟ ନଷ୍ଟ ହୋଇଥିବାରୁ ଉଭୟ ପକ୍ଷଙ୍କ ଉପରେ ୧ ଲକ୍ଷ ଟଙ୍କା ଲେଖାଏ ଜରିମାନା ଲାଗି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ଅଦାଲତ କହିଲେ ଯେ, ରାଜ୍ୟ ସରକାର ଗ୍ରହଣ କରିଥିବା କାର୍ୟ୍ୟକଳାପ ଜନସାଧାରଣଙ୍କ ସୁବିଧା ନିମନ୍ତେ ଅତ୍ୟାବଶ୍ୟକ। ସେସବୁ ‘ପ୍ରାଚୀନ ସ୍ମାରକୀ ଓ ପତ୍ନତାତ୍ତ୍ବିକ ସ୍ଥଳୀ ଓ ଅବଶେଷ ଆଇନ୍ ୧୯୫୮’ ଅନୁଯାୟୀ କରାଯାଉଛି। ଏହାଛଡ଼ା, ମନ୍ଦିର ପ୍ରଶାସନ ନିମନ୍ତେ ପୂର୍ବରୁ ସୁପ୍ରିମ୍ କୋର୍ଟ ଜାରି କରିଥିବା ନିର୍ଦେଶମତେ ମଧ୍ୟ ଏହା ଚାଲିଛି। ଭକ୍ତମାନଙ୍କର ସୁବିଧା ଓ ହିତ ନିମନ୍ତେ ଏହି ସବୁ ନିର୍ମାଣ କାର୍ୟ୍ୟ ଚାଲିଛି ବୋଲି ଅଦାଲତ କହିଛନ୍ତି।