Odisha News

ସ୍ଥଳଭାଗ ମୁହାଁ ଲଘୁଚାପ ! ଆଜି ରାଜ୍ୟରେ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା

ଭୁବନେଶ୍ୱର,୨୧/୯: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ସ୍ଥଳଭାଗ ମୁହାଁ ହୋଇଛି । ଏହାର ପ୍ରଭାବରେ ରାଜ୍ୟର ଆଭ୍ୟନ୍ତରୀଣ ଭାଗରେ ଝିପି ଝିପି ବର୍ଷା ଲାଗି ରହିଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଦ୍ୱାରା ଜାରି କରାଯାଇଥିବା ସୂଚନା ଅନୁସାରେ, ଲଘୁଚାପ କ୍ଷେତ୍ର ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଉତ୍ତର-ଓଡ଼ିଶା ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବ।
ଆଜି ରାଜ୍ୟରେ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ପଶ୍ଚିମ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ଆସନ୍ତାକାଲି କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, ବଲାଙ୍ଗିର, ବରଗଡ, ଝାରସୁଗୁଡ଼ା, ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Related Posts

Seo wordpress plugin by www.seowizard.org.