Odisha News

ହାରୁଛି କରୋନା, ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୧୦ କରୋନା ପଜିଟିଭ୍

ଭୁବନେଶ୍ବର, ୧୭/୪: ଗତକାଲି ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏମାନଙ୍କ ମଧ୍ୟରୁ ୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏଥିମଧ୍ୟରୁ ୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ନ ଥିବା ଜଣାଯାଇଛି। ଆଜି ରାଜ୍ୟର ମାତ୍ର ୪ଟି ଜିଲ୍ଲାରୁ ୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୬ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ।
ଆଜି ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୪ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗୀର ଜିଲ୍ଲାରୁ ୧ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଓ ସମ୍ବଲପୁର ଜିଲ୍ଲାରୁ ୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୯୨୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୬୪୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୦୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Related Posts

Seo wordpress plugin by www.seowizard.org.