Odisha News

୧୩ରେ ଆଉ ଏକ ଲଘୁଚାପ; ୧୦ ଜିଲ୍ଲାକୁ ‘ଅରେଞ୍ଜ’

ଭୁବନେଶ୍ୱର,୧୦/୮: ଶନିବାର ଦିନ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଚିହ୍ନିତ ହେବାର ସମ୍ଭାବନା ଅଛି ଏବଂ ଏହା ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଆଡକୁ ଗତି କରିବାର ସମ୍ଭାବନା ଅଛି। ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଅନ୍ୟପକ୍ଷରେ ଗତକାଲି (ମଙ୍ଗଳବାର) ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ସଂଲଗ୍ନ ଛତିଶଗଡ଼ ଉପରେ ରହିଥିବା ଅବପାତ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଦୁର୍ବଳ ହୋଇ ଏକ େଓ୍ଵଲ ମାର୍କଡ ଲଘୁଚାପରେ ପରିଣତ ହୋଇଥିଲା ଏବଂ ବର୍ତ୍ତମାନ ଏହା ପୂର୍ବ ମଧ୍ୟପ୍ରଦେଶ ଏବଂ ପଡ଼ୋଶୀ ଉପରେ ଅବସ୍ଥିତ ରହିଛି। କ୍ରମେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଦୁର୍ବଳ ହୋଇ ଯିବାର ସମ୍ଭାବନା ରହିଛି। ତେବେ ଏହାର ପ୍ରଭାବରେ ଓଡିଶାର ପ୍ରାୟ ସମସ୍ତ ଜିଲ୍ଲାଗୁଡ଼ିକରେ ଅଧିକାଂଶ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି।

Related Posts

Seo wordpress plugin by www.seowizard.org.