Odisha News

୨୬ରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ

ଭୁବନେଶ୍ବର,୨୨/୫: ବହୁ ପ୍ରତୀକ୍ଷିତ ଦ୍ବାଦଶ ଶ୍ରେଣୀର ପରୀକ୍ଷା ଫଳ ଆସନ୍ତା ୨୬ ତାରିଖ ଦିନ ପ୍ରକାଶ ପାଇବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପକ୍ଷରୁ ବୁଧବାର ଦିନ ଗଣମାଧ୍ୟମକୁ ଏହି ସୂଚନା ଦିଆଯାଇଛି।
ସିଏଚ୍ଏସ୍ଇ ପକ୍ଷରୁ କୁହାଯାଇଛି ଯେ, ଯୁକ୍ତ ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ ୨୬ ତାରିଖ ଅପରାହ୍ଣରେ ପ୍ରକାଶ ପାଇବ। ପିଲାମାନେ ସିଏଚ୍ଏସ୍ଇର ୱେବ୍ସାଇଟ୍ ଙ୍ଗଙ୍ଗଙ୍ଗ.କ୍ଟକ୍ସସଗ୍ଦଗ୍ଦବକ୍ସରଗ୍ଦଙ୍କକ୍ଷଗ୍ଧଗ୍ଦ.ଦ୍ଭସମ.ସଦ୍ଭ ମାଧ୍ୟମରେ ପରୀକ୍ଷା ଫଳ ଦେଖିପାରିବେ।
ସୂଚନାଯୋଗ୍ୟ, ଚଳିତ ବର୍ଷ ଯୁକ୍ତ ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଷୟରେ ବାର୍ଷିକ ପରୀକ୍ଷା ଫେବୁଆରି ୧୬ ତାରିଖରେ ଆରମ୍ଭ ହୋଇଥିଲା। ଏହି ପରୀକ୍ଷା ମାର୍ଚ୍ଚ ୨୦ ତାରିଖରେ ଶେଷ ହୋଇଥିଲା।
ଏବେ ପରୀକ୍ଷା ଫଳ ପ୍ରକାଶନ ନେଇ ତାରିଖ ଘୋଷଣା ହେଲା ପରେ ଛାତ୍ରଛାତ୍ରୀ, ଅଭିଭାବକ, ଶିକ୍ଷକ ଓ ଘରୋଇ ବିଦ୍ୟାଳୟର ମାଲିକମାନଙ୍କର ଚିନ୍ତା ବଢ଼ିଯାଇଛି। ଏହାର କାରଣ ହେଲା, ପିଲାମାନଙ୍କର ଫଳ କିପରି ହେବ?

Related Posts

Seo wordpress plugin by www.seowizard.org.