Odisha News

୫ଟି ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର ୪।୫: ଶନିବାର ଦିନ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ନବରଙ୍ଗପୁର, ଗଜପତି, ଗଞ୍ଜାମ, କନ୍ଧମାଳ ଓ ଜଗତସିଂହପୁର ଜିଲ୍ଳାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ତେଣୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ । ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ରାଜ୍ୟର ଅନ୍ୟ ସ୍ଥାନଗୁଡିକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି କେନ୍ଦ୍ର ଆକଳନ କରିଛି । ଅପରପକ୍ଷେ ଆସନ୍ତା ୫ ତାରିଖରୁ ବର୍ଷା ଆହୁରି ବଢ଼ିବ ବୋଲି ଭାରତୀୟ ପାଣିପାଗ ବିଭାଗ ବା ଆଇଏମଡି ପୂର୍ବାନୁମାନ କରିଛି ।

Related Posts

Seo wordpress plugin by www.seowizard.org.