Odisha News

ରାଜ୍ୟର ସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ, ଅବସର ପରେ ବି ପଢାଇ ପାରିବେ ଅଧ୍ୟାପକ

ଭୁବନେଶ୍ୱର, ୧୯/୯ : ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି । ରାଜ୍ୟର ସବୁ ଜିଲ୍ଲା ମୁଖ୍ୟାଳୟରେ ମେଡିକାଲ କଲେଜ ହେବ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ କହିଛନ୍ତି ।
ଖୁବଶୀଘ୍ର ତାଳଚେର ଓ କନ୍ଧମାଳରେ ମେଡିକାଲ କଲେଜ ଆରମ୍ଭ ହେବ । ମେଡିକାଲ କଲେଜ ଏବଂ ଅଧ୍ୟାପକ ନିଯୁକ୍ତି ନେଇ ବ୍ୟବସ୍ଥା କରାଯାଉଛି ବୋଲି ମୁକେଶ ମହାଲିଙ୍ଗ କହିଛନ୍ତି ।
ମନ୍ତ୍ରୀ କହିଛନ୍ତି ୨୦୧୪ରେ ଯେତେବେଳେ ମୋଦୀ ସରକାର ଆସିଥିଲେ ସେତେବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଥିଲେ ଯେ ଦେଶରେ ସବୁ ଜିଲ୍ଲାରେ ମେଡ଼ିକାଲ କଲେଜ ପ୍ରତିଷ୍ଠା କରାଯିବ ।
ରାଜ୍ୟରେ ଡବଲ ଇଞ୍ଜିନ ସରକାର ଆସିବା ପରେ ପ୍ରଧାନମନ୍ତ୍ରୀଙ୍କ ପ୍ରତିଶ୍ରୁତି ପୂରଣ କରିବାକୁ ଚେଷ୍ଠା କରାଯାଉଛି । କେନ୍ଦ୍ର ଓ ରାଜ୍ୟର ୬୦ ଅନୁପାତ ୪୦ ପ୍ରତିଶତ ଭାଗିଦାରୀରେ ମେଡ଼ିକାଲ କଲେଜ ପ୍ରସ୍ତୁତ କରାଯାଉଛି ।
ବର୍ତ୍ତମାନ ରାଜ୍ୟରେ ଏବେ ୧୧ଟି ମେଡ଼ିକାଲ କଲେଜ ରହିଛି । ଖୁବଶୀଘ୍ର ତାଳଚେର ଓ କନ୍ଧମାଳରେ ମେଡିକାଲ କଲେଜ ଆରମ୍ଭ ହେବ ।
ତେଣୁ ସମସ୍ତ ଜିଲ୍ଲା ମୁଖ୍ୟାଳୟରେ ମେଡ଼ିକାଲ କଲେଜ ନିର୍ମାଣ କରିବାକୁ ଆଗାମୀ ୫ ବର୍ଷରେ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ କରାଯିବ । ଡବଲ ଇଞ୍ଜିନ ସରକାରର ଏହା ନିଶ୍ଚିତ କରାଯିବ ବୋଲି ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି ।

Related Posts

Seo wordpress plugin by www.seowizard.org.