Odisha News

ପୁଣି ବଦଳିଲା ନିଷ୍ପତି: ସକାଳୁଆ ସ୍କୁଲ ସମୟରେ ସାମାନ୍ୟ ପରିବର୍ତ୍ତନ କଲେ ରାଜ୍ୟ ସରକାର

ଭୁବନେଶ୍ୱର, ୩୧/୩: ରାଜ୍ୟର ବୃଦ୍ଧି ପାଇବାରେ ଲାଗିଛି ଗ୍ରୀଷ୍ମ ପ୍ରବାହ । ଏହାକୁ ଦୃଷ୍ଟିରେ ରଖି ସ୍କୁଲଗୁଡ଼ିକୁ ସକାଳୁଆ କରିବା ପାଇଁ ସରକାର ଗତକାଲି ନିଷ୍ପତ୍ତି ନେଇଛନ୍ତି । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ଦେଇଥିଲେ । ହେଲେ ଗୁରୁବାର ସ୍କୁଲ ସମୟରେ ପରିବର୍ତ୍ତନ କରାଯାଇଛି ।
ସକାଳ ୬.୩୦ରୁ ୧୦ଟା ପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ ସ୍କୁଲ ଯିବା ନେଇ ଗଣଶିକ୍ଷା ବିଭାଗ ଗତକାଲି ନିଷ୍ପତ୍ତି ନେଇଥିବା ବେଳେ ଏହାକୁ ଅଧଘଣ୍ଟା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଅର୍ଥାତ ଏବେ ୬.୩୦ରୁ ୧୦ଟା ପରିବର୍ତ୍ତେ ୧୦.୩୦ ପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ ସ୍କୁଲରେ ପାଠପଢ଼ିବେ ।
ସେହିପରି ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ନବମ ଏବଂ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢ଼ା ନେଇ ବିଭାଗ କହିଥିବା ବେଳେ ଏଥିରେ ମଧ୍ୟ ପରିବର୍ତ୍ତନ କରାଯାଇଛି । ବର୍ତ୍ତମାନ ୭ଟାରୁ ୧୧ଟା ପରିବର୍ତ୍ତେ ୧୧.୩୦ ପର୍ଯ୍ୟନ୍ତ ସ୍କୁଲରେ ନବମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢ଼ା ହେବ ।

Related Posts

Seo wordpress plugin by www.seowizard.org.