Odisha News

ରବିବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର, ୧/୫ : ରବିବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୦୫୭ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୪ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୩ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୦୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଏଥି ମଧ୍ୟରୁ ୮୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୭୯୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୩୧୫୨୬୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Posts

Seo wordpress plugin by www.seowizard.org.