Odisha News

ଅସମ୍ଭାଳ ସ୍ଥିତି ମୁହାଁ କରୋନା: ଆଜି ନୂଆ ୮୦୦ ଚିହ୍ନଟ


ଭୁବନେଶ୍ବର,୧୪/୭: ଧିରେ ଧିରେ ଅଣାୟତ ହେଉଛି ସ୍ଥିତି ।ପ୍ରତ୍ୟକ ଦିନ ବଢ଼ୁଛି କରୋନା ଗ୍ରାଫ୍ ।
ଆଜି ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୦୦ ଉପରେ ରହିଛି। ଗତକାଲି ୭୪୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୦୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୭୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୩୩ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୭୧ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୬ଟି ଜିଲ୍ଲାରୁ ୮୦୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୪ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୭ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ବର ଜିଲ୍ଲାରୁ ୧୧ ଜଣ, ବରଗଡ଼ ଜିଲ୍ଲାରୁ ୧ ଜଣ, ଭଦ୍ରକରୁ ୯ ଜଣ, ବଲାଙ୍ଗୀରରୁ ୫ ଜଣ, ବୌଦ୍ଧରୁ ୨ ଜଣ, କଟକରୁ ୧୧୯ ଜଣ, ଗଜପତିରୁ ୫ ଜଣ, ଜଗତସିଂହପୁରରୁ ୧୮ ଜଣ, ଯାଜପୁରରୁ ୧୯ ଜଣ, ଝାରସୁଗୁଡ଼ାରୁ ୯ ଜଣ, କଳାହାଣ୍ଡି ଜିଲ୍ଲାରୁ ୮ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦୁଝରରୁ ୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୦୭, ମାଲକାନଗିରିରୁ ୧ ଜଣ, ମୟୂରଭଞ୍ଜରୁ ୨୮ ଜଣ, ନୟାଗଡ଼ ଜିଲ୍ଲାରୁ ୧୭ ଜଣ, ନୂଆପଡ଼ାରୁ ୯ ଜଣ, ପୁରୀରୁ ୨୮ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୩୦ ଜଣ, ସୋନପୁରରୁ ୯ ଜଣ, ସୁନ୍ଦରଗଡ଼ରୁ ୮୦ ଜଣ ଓ ଷ୍ଟେଟପୁଲରୁ ୭୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର‌୍ୟ୍ୟନ୍ତ ରାଜ୍ୟରେ ୧୨, ୯୬, ୧୩୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୮୨, ୬୯୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪୨୬୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Related Posts

Seo wordpress plugin by www.seowizard.org.