Odisha News

ଆସନ୍ତାକାଲି ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା

ଭୁବନେଶ୍ବର, ୬/୮: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ରବିବାର ଓଡିଶା ଗସ୍ତରେ ଆସୁଛନ୍ତି । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ରବିବାର ରାତି ୧୦ଟାରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ ।
୮ ତାରିଖ ସକାଳୁ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିବେ । ପରେ କଟକରେ ଅମୃତ ମହୋତ୍ସବ ଅବସରରେ ସୁବାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ଜନ୍ମସ୍ଥାନ ପରିଦର୍ଶନ କରିବେ ।
ଏହାସହ ହରେକୃଷ୍ଣ ମହତାବଙ୍କ ଦ୍ବାରା ସ୍ଥାପିତ ପ୍ରଜାତନ୍ତ୍ର ଖବରକାଗଜର ୭୫ତମ ପ୍ରତିଷ୍ଠା ଦିବସରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଯୋଗଦେବେ । ପରେ ବିଜେପି କାର‌୍ୟ୍ୟାଳୟରେ ରାଜନୈତିକ କାର୍ଯ୍ୟକ୍ରମରେ ଯୋଗଦେବେ ।
ସେହିଦିନ ଅପରାହ୍ନ ୪ଟାରେ ମେ’ ଫେୟାର ହୋଟେଲରେ ମୋଦୀଅ୨୦ର ବୁକ୍ ରିଡ଼ିଂ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ ଅମିତ ଶାହ ।
ସନ୍ଧ୍ୟା ୬ଟା ୩୦ମିନିଟ୍ରେ ଓଡିଶା ଛାଡିବେ କେନ୍ଦ୍ର ଗୃହମନ୍ତ୍ରୀ । ଏ ନେଇ ପ୍ରେସମିଟ୍ରେ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ସୂଚନା ଦେଇଛନ୍ତି ।

Related Posts

Seo wordpress plugin by www.seowizard.org.