Odisha News

ମାଣ୍ଡିଆପଲ୍ଲୀ ସଡ଼କ ଦୁର୍ଘଟଣା: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ଘୋଷଣା କଲେ ଅନୁକମ୍ପା ରାଶି

ଭୁବନେଶ୍ୱର,୧୫/୨: ଗଞ୍ଜାମ ଜିଲା ଗୋପାଳପୁରର ମାଣ୍ଡିଆପଲ୍ଲୀରେ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏଥିସହ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୩ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କରିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି, ଏଭଳି ସମୟରେ ଧର‌୍ୟ୍ୟର ସହ ମୁକାବିଲା କରନ୍ତୁ। ଏହି ଘଟଣାରେ ଆହତମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Related Posts

Seo wordpress plugin by www.seowizard.org.