Odisha News

ଆସନ୍ତା ୨୯ରୁ ଯୁକ୍ତ ୨ ନାମଲେଖା ଆବେଦନ, ଜୁନ୍ ୨୮ରେ ପ୍ରଥମ କଟ୍ ଅଫ୍ ତାଲିକା

ଭୁବନେଶ୍ବର,୨୫/୫: ମେ ୨୯ ତାରିଖରୁ ଯୁକ୍ତ ଦୁଇରେ ନାମଲେଖା ଲାଗି ଆବେଦନ ଆରମ୍ଭ ହେବ। ଏନେଇ ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବିଧିବଦ୍ଧଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି।
ଏଥିରେ କୁହାଯାଇଛି ଯେ ଯୁକ୍ତ ଦୁଇରେ ନାମଲେଖା ଲାଗି ଆବେଦନର ଶେଷ ତାରିଖ ଜୁନ୍ ୨୦। ଏସଏଏମଏସ୍ ପୋର୍ଟାଲ ଜରିଆରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ। ଜୁନ ୨୮ ତାରିଖରେ ପ୍ରଥମ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ। ଜୁଲାଇ ୨୯ ତାରିଖରୁ ଯୁକ୍ତ ଦୁଇ ଛାତ୍ରଛାତ୍ରୀମାନଙ୍କର କ୍ଲାସ୍ ଆରମ୍ଭ ହେବ।
ସୂଚନାଯୋଗ୍ୟ, ଏଥର ମାଟ୍ରକ୍ ପାସ୍ ହାର ରହିଛି ୯୬.୪ ପ୍ରତିଶତ। ଏବର୍ଷ ମୋଟ ୫୦୫୪୦୪ ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ସେମାନଙ୍କ ମଧ୍ୟରୁ ୨୫୧୨୯୮ ଜଣ ଛାତ୍ର ଓ ୨୫୭୧୦୬ଜଣ ଛାତ୍ରୀ ଥିବା ଜଣାଯାଇଛି।
ଗତ ବର୍ଷ ତୁଳନାରେ ଏ ବର୍ଷ ପରୀକ୍ଷାଫଳ ଭଲ ହୋଇଛି। ଛାତ୍ରଙ୍କ ତୁଳନାରେ ଏଥର ଛାତ୍ରୀମାନଙ୍କର ପାସ୍ ହାର ଅଧିକ ରହିଛି।ଚଳିତବର୍ଷ ୫ଲକ୍ଷ ୪୧ହଜାର ୨୪୭ଜଣ ଛାତ୍ରଛାତ୍ରୀ ପରୀକ୍ଷା ପାଇଁ ଫର୍ମ ପୂରଣ କରିଥିବା ବେଳେ ୫ଲକ୍ଷ ୩୨ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।

Related Posts

Seo wordpress plugin by www.seowizard.org.