Odisha News

ବିଦ୍ୟାଧରପୁର ଜାତୀୟ ଧାନ ଗବେଷଣା ଅନୁଷ୍ଠାନରେ ଦ୍ବିତୀୟ ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

କଟକ,୧୧/୨: ବିଦ୍ୟାଧରପୁର ଜାତୀୟ ଧାନ ଗବେଷଣା ଅନୁଷ୍ଠାନରେ ଦ୍ବିତୀୟ ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍, କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମର, ରାଜ୍ୟ କୃଷି, ମତ୍ସ୍ୟ ଓ ପଶୁପାଳନ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରମୁଖ ବି ଉପସ୍ଥିତ ଅଛନ୍ତି। ଏହି ଅବସରରେ ରାଷ୍ଟ୍ରପତି ଓ ରାଜ୍ୟପାଳ କେତେକ ପୁସ୍ତକ ଉନ୍ମୋଚନ କରିଥିଲେ।
ଚାଉଳ ଜୀବନର ଶସ୍ୟ। ଖାଦ୍ୟ ସୁରକ୍ଷାରେ ଚାଉଳର ଭୂମିକା କଣ ସମସ୍ତଙ୍କୁ ଜଣା। ଚାଉଳ ଉତ୍ପାଦନ ଆମ ଅର୍ଥନୀତିକୁ ସମୃଦ୍ଧ କରିଛି। ବିଦ୍ୟାଧରପୁର ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦ୍ଘାଟନ ଅବସରରେ ଏହା କହିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ଆହୁରି କହିଛନ୍ତି, ଯୁବ ବୈଜ୍ଞାନିକ, ବିଶେଷ କରି ମହିଳା ବୈଜ୍ଞାନିକଙ୍କୁ ଦେଖି ମୁଁ ବହୁତ ଖୁସି। ବିଭିନ୍ନ ପୂଜାପର୍ବାଣୀରେ ଧାନର ଭୂମିକା ଅନସ୍ବୀକାର‌୍ୟ୍ୟ। ଭାରତ ସର୍ବାଧିକ ଚାଉଳ ରପ୍ତାନି କରି ଅନ୍ୟ ଦେଶକୁ ମଧ୍ୟ ଖାଦ୍ୟ ଯୋଗାଉଛି। ଇକୋଫ୍ରେଣ୍ଡଲି ଉପାୟରେ ଧାନ ଉତ୍ପାଦନ କରୁଥିବାରୁ କୃଷି ବୈଜ୍ଞାନିକମାନଙ୍କୁ ଧନ୍ୟବାଦ।
ମନ୍ତ୍ରୀ ନରେନ୍ଦ୍ର ସିଂ ତୋମର କହିଛନ୍ତି, କୃଷି ଓ କୃଷକଙ୍କର ବିକାଶଲାଗି ନରେନ୍ଦ୍ର ମୋଦୀଙ୍କ ସରକାର ନିରନ୍ତର ଚେଷ୍ଟା ଚଳାଇଛି। ଭାରତ ସାରା ବିଶ୍ବରେ ଧାନ ଉତ୍ପାଦନରେ ପ୍ରଥମ ହୋଇଛି। ପିଏମ୍ କିସାନ ସମ୍ମାନ ନିଧି ପ୍ରଚଳନ କରି କେନ୍ଦ୍ର ସରକାର ଏଯାଏ ସାଢ଼େ ୧୧ କୋଟି କୃଷକଙ୍କୁ ୨.୨୪ ଲକ୍ଷ କୋଟି ଟଙ୍କା ପ୍ରଦାନ କରିଛନ୍ତି।ଇୟଗ୍ଦ
ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଦବୋଧନ ଦେଇ କହିଛନ୍ତି, ଚାଉଳକ ଉତ୍ପାଦନ ଆମ ଅର୍ଥନୀତିକୁ ସମୃଦ୍ଧ କରିଛି। ଚାଉଳ ଜୀବନର ଶସ୍ୟ।
ସୂଚନାଯୋଗ୍ୟ, ୧୧ରୁ ୧୪ତାରିଖ ଯାଏ ୪ ଦିନ ଧରି ଚାଲିବାକୁ ଥିବା ରାଇସ କଂଗ୍ରେସରେ ଦେଶ ବିଦେଶରୁ ପ୍ରାୟ ୩୫୦ ଜଣ କୃଷି ବୈଜ୍ଞାନିକ ମଧ୍ୟ ଯୋଗ ଦେଇଛନ୍ତି। ଫିଲିପାଇନ୍ସ, ଆଫ୍ରିକା ସମେତ କେତେକ ରାଷ୍ଟ୍ରର ବୈଜ୍ଞାନିକ ବି ଯୋଗ ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କଟକ ଗସ୍ତକୁ ଆଖି ଆଗରେ ରଖି ଡିସିପି ପିନାକ ମିଶ୍ରଙ୍କ ନେତୃତ୍ୱରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ବିଭିନ୍ନ ସ୍ଥାନରେ ୨୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯାଇଛି।

Related Posts

Seo wordpress plugin by www.seowizard.org.