Top Stories

ଭିଜିବ ସାରା ରାଜ୍ୟ : ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ଜାରିହେଲା ୟେଲୋଓ୍ଵାର୍ଣ୍ଣିଂ

ଭୁବନେଶ୍ୱର,୨୯/୬: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ହେଲେ ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ନେଇ ଭୁବନେଶ୍ୱର ଅଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି ।
ସେଥିପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍ଆର୍ସି। ସମସ୍ତ ପ୍ରକାର ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଏସ୍ଆର୍ସି ପରାମର୍ଶ ଦେଇଛନ୍ତି।
ପାଣିପାଗ ବିଭାଗର ଆକଳନ ଅନୁସାରେ ଆସନ୍ତାକାଲି ଅର୍ଥାତ ୩୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ସମ୍ୱଲପୁର,ବରଗଡ଼, ନୂଆପଡ଼ା, ବଲାଙ୍ଗିର ଓ କଳାହାଣ୍ଡି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାଛଡ଼ା ବଜ୍ରପାତ ଓ ଘଡ଼ଘଡ଼ି ମାରିପରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୩୦ ତାରିଖ ସକାଳ ସାଢ଼େ ୮ଟାରୁ ୧ ତାରିଖ ସକାଳ ସାଢ଼େ ୮ଟା ଭିତରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ ଓ ଯାଜପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ସେହିପରି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସମ୍ୱଲପୁର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ହେବାର ଆଶଙ୍କା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୧ ତାରିଖ ସକାଳ ସାଢ଼େ ୮ଟାରୁ ୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୨ ତାରିଖ ସକାଳ ସାଢ଼େ ୮ଟାରୁ ୩ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର, ଖୋର୍ଦ୍ଧା, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ସମ୍ୱଲପୁର, ସୋନପୁର ଓ ବୌଦ୍ଧ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୩ ତାରିଖ ସକାଳ ସାଢ଼େ ୮ଟାରୁ ୪ ତାରିଖ ସକାଳ ସାଢ଼େ ୮ଟା ଭିତରେ ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, କନ୍ଧମାଳ, ବୌଦ୍ଧ, ସୋନପୁର, ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Related Posts

Seo wordpress plugin by www.seowizard.org.