Odisha News

ଆଗାମୀ ୬ ତାରିଖରେ ଭାରତ ଯୋଡୋ ନ୍ୟାୟ ଯାତ୍ରାରେ ଓଡ଼ିଶାରେ ପହଞ୍ଚିବେ ବରିଷ୍ଠ କଂଗ୍ରେସ ନେତା ରାହୁଲ ଗାନ୍ଧୀ

ଭୁବନେଶ୍ବର, ୩୧/୧ : : ଆଗାମୀ ୬ ତାରିଖରେ ଭାରତ ଯୋଡୋ ନ୍ୟାୟ ଯାତ୍ରାରେ ଓଡ଼ିଶାରେ ପହଞ୍ଚିବେ ବରିଷ୍ଠ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏନେଇ ପିସିସି ସଭାପତି ଶରତ ପଟ୍ଟନାୟକ ଓ ଭାରତ ଯୋଡୋ ନ୍ୟାୟ ଯାତ୍ରାର ଓଡ଼ିଶା ଅଧ୍ୟକ୍ଷ ସନ୍ତୋଷ ସିଂ ସାଲୁଜା ସୂଚନା ଦେଇଛନ୍ତି।
ରାହୁଲ ଓଡ଼ିଶାରେ ପ୍ରବେଶ କରି ସୁନ୍ଦରଗଡ଼ରେ ରୋଡ୍ ସୋ’ କରିବେ। ଓଡ଼ିଶାରେ ପ୍ରାୟ ୨୦୦ କିଲୋମିଟର ପଦଯାତ୍ରା କରିବାର କାର୍ଯ୍ୟକ୍ରମ । ୬ ତାରିଖ ସନ୍ଧ୍ୟାରେ ବୀରମିତ୍ରପୁରରେ ସ୍ଵାଗତ କରାଯିବ। ତିନିଟି ସାଂଗଠନିକ ଜିଲ୍ଲାରେ ୭ ଓ ୮ ତାରିଖରେ ରାହୁଲଙ୍କ ଭାରତ ଯୋଡୋ ନ୍ୟାୟ ଯାତ୍ରା କାର୍ଯ୍ୟକ୍ରମ ରହିଛି । ସେଗୁଡ଼ିକ ହେଲା ରାଉରକେଲା, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା।
ସେ ବେଦବ୍ୟାସଠାରେ ରାତ୍ରି ଯାପନ କରିବେ। ୭ ତାରିଖ ସକାଳେ ରାଉରକେଲା,ପରେ ରାଜଗାଙ୍ଗପୁର, ଉତ୍ତରା ଓ ସୁନ୍ଦରଗଡ଼ରେ ସାଧାରଣ ସଭା କରିବେ । ପରେ ଝାରସୁଗୁଡାରେ ରାତ୍ରି ଯାପନ କରିବେ। ୮ ତାରିଖରେ ବ୍ରଜରାଜ ନଗର, ବେଲପାହାଡ଼ ଓ ଶେଷରେ କନକତରାରୁ ଛତିଶଗଡ଼ ଯିବେ ରାହୁଲ।
ରାହୁଲଗାନ୍ଧୀଙ୍କ ଅଫିସରୁ ଏଥିପାଇଁ ୨ଟି ଟିମ ଆସି ଓଡ଼ିଶାରେ ପହଞ୍ଚିଛନ୍ତି। ଗୋଟିଏ ଟିମ ସୁନ୍ଦରଗଡ଼ ଓ ଅନ୍ୟ ଟିମ ଭୁବନେଶ୍ୱରରେ କାର୍ଯ୍ୟ କରୁଛି । ଏହାସହ ଓଡ଼ିଶାରେ ଯାତ୍ରା ପରିଚାଳନା ଲାଗି ଗଠିତ କମିଟିର ଅଧ୍ୟକ୍ଷ ସନ୍ତୋଷ ସିଂ ସାଲୁଜା, ଉପାଧ୍ୟକ୍ଷ ନବଜ୍ୟୋତି ପଟ୍ଟନାୟକ ଓ ଆବାହାକ ମାନସ ଚୌଧୁରୀଙ୍କୁ ସଂଯୋଜନା ଦାୟିତ୍ୱ ଦିଆଯାଇଛି । ସବୁ ବିଧାୟକଙ୍କୁ ମଧ୍ୟ ଦାୟିତ୍ୱ ଦିଆଯାଇଛି। ଛାତ୍ର କଂଗ୍ରେସ, ଯୁବ କଂଗ୍ରେସ, ସମସ୍ତ କଂଗ୍ରେସ ବିଧାୟକ ପ୍ରାର୍ଥୀ ଏଥିରେ ସହଯୋଗ କରିବେ।

Related Posts

Seo wordpress plugin by www.seowizard.org.