Odisha News

ଆଜି ହେଉଛି ମହାଶିବରାତ୍ରୀ : ରାଜ୍ୟର ସମସ୍ତ ଶୈବପୀଠ ଚଳଚଞ୍ଚଳ

ପୁରୀ, ୮/୩: ଆଜି ହେଉଛି ମହାଶିବରାତ୍ରୀ। ଏଥିଲାଗି ରାଜ୍ୟର ସମସ୍ତ ଶୈବପୀଠ ଚଳଚଞ୍ଚଳ ହୋଇଉଠିଛି। ଓଁ ନମଃ ଶିବାୟ ଧ୍ୱନିରେ ପ୍ରକମ୍ପିତ ପରିବେଶ। ରାଜ୍ୟର ପ୍ରମୁଖ ଶୈବପୀଠ ଶ୍ରୀଲିଙ୍ଗରାଜ ମନ୍ଦିର, ଧବଳେଶ୍ୱର, ଲୋକନାଥ, ଆଖଣ୍ଡଳମଣି, କପିଳାସ ମନ୍ଦିରରେ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ଗହଳି ଦେଖିବାକୁ ମିଳିଛି। ଶ୍ରଦ୍ଧାଳୁ କିପରି ଶାନ୍ତିଶୃଙ୍ଖଳାର ସହ ବାବାଙ୍କୁ ଦର୍ଶନ କରିବେ ଓ ଦୀପ ଜାଳିବେ, ସେ ନେଇ ବିଭିନ୍ନ ଶୈବପୀଠରେ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଲିଙ୍ଗରାଜ ମନ୍ଦିରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ନିର୍ଦ୍ଧାରିତ ସମୟ ରାତି ୧୦ଟାରେ ମହାଦୀପ ଉଠିବା ନେଇ ନିଷ୍ପତ୍ତିି ହୋଇଛି। ଭକ୍ତଙ୍କ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି

Related Posts

Seo wordpress plugin by www.seowizard.org.