Odisha News

ଗଜପତି: ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି, ୧୫/୪ : ଗଜପତି ଜିଲ୍ଲା ଆର.ଉଦୟଗିରି ବ୍ଲକ ଅନ୍ତର୍ଗତ ଅବାରସିଂ ସ୍ଥିତ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା-ପରିଷଦ ଶ୍ରୀ ଶଙ୍କର କେରକେଟା , ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା , ସମ୍ମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର ପ୍ରମୁଖ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।
ଏହି ଶୁଣାଣୀ କାର୍ଯ୍ୟକ୍ରମରେ ଅବାରସିଂ ଗ୍ରାମ ପଞ୍ଚାୟତ ସମେତ ଛେଳିଗଡ଼ , ରଣ୍ଡିବା ଓ ମହେନ୍ଦ୍ରଗଡ ପଞ୍ଚାୟତର ସମୁଦାୟ ମୋଟ- ୪୮ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା।
ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୭ ଗୋଟି ଏବଂ ଗ୍ରାମ ଭିତ୍ତିକ ଅଭିଯୋଗ ସମସ୍ୟା- ୩୧ ଗୋଟି ଆସିଥିଲା । ଏହି ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ଶ୍ରୀ ଦାସ ସଂପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଯୋଜନା , ସାମାଜିକ ସୁରକ୍ଷା , ଜମି ପଟ୍ଟା, ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଆର.ଉଦୟଗିରି ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀଯୁକ୍ତ ଲକ୍ଷ୍ମୀନାରାୟଣ ଶବର , ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲାରିମନ ଖର୍ସେଲ , ତହସିଲଦାର ଜ୍ୟୋତିମୟ ଦାଶ , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡ଼ାଃ ମହମ୍ମଦ ମୂବାରକ ଅଲ୍ଲୀ , ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ଓ ସ୍ଥାନୀୟ ସରପଞ୍ଚ ଓ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।

Related Posts