Odisha News

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୩ ଜଣ କରୋନା ପଜିଟିଭ ଚିହ୍ନଟ, ୫ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର

ଭୁବନେଶ୍ବର, ୨୮/୩ : ସୋମବାର ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏଥିମଧ୍ୟରୁ ୫ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ସୋମବାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ଗତକାଲି ୪୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ।
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୧ ଜଣ, ବରଗଡ଼ରୁ ୧ ଜଣ, ବଲାଙ୍ଗୀରରୁ ୨ ଜଣ, କଟକରୁ ୪ ଜଣ, ଗଜପତିରୁ ୫ ଜଣ, ଗଞ୍ଜାମ ଜିଲ୍ଲାରୁ ୧ ଜଣ, ଯାଜପୁରରୁ ୩ ଜଣ, ଖୋର୍ଦ୍ଧାରୁ ୧୦ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୪ ଜଣ, ସମ୍ୱଲପୁର ଜିଲ୍ଲାରୁ ୯ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧ ଜଣ ଓ ଷ୍ଟେଟପୁଲରୁ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର‌୍ୟ୍ୟନ୍ତ ରାଜ୍ୟରେ ୧୨, ୮୭, ୫୧୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୭, ୯୨୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪୧୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Related Posts

Seo wordpress plugin by www.seowizard.org.