Odisha News

ରାଜ୍ୟରେ ଶେଷ ପର୍ଯ୍ୟାୟ ମତଦାନ : ବିଭିନ୍ନ ସ୍ଥାନରେ ଇଭିଏମ ଅଚଳ, ଭୋଟ ଦେବାରେ ବିଳମ୍ବ

ଓଡ଼ିଶା, ୧/୬: ରାଜ୍ୟରେ ଆଜି ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ଭୋଟ୍। ସକାଳ ୭ରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସକାଳୁ ସକାଳୁ ବୁଥମାନଙ୍କରେ ଭୋଟରମାନେ ଭିଡ଼ ଲଗାଇବା ଆରମ୍ଭ ହୋଇଗଲାଣି।
ଆଜି ୬ ଲୋକସଭା ଆସନ କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ଯାଜପୁର, ବାଲେଶ୍ରର ଏବଂ ମୟୂରଭଂଜ ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ମତଦାନ ହେଉଛି।
ଯାଜପୁର ବିଧାନସଭା ମଣ୍ଡଳୀ ୯୮ ନମ୍ବର ବୁଥ୍ରେ ଇଭିଏମ ଅଚଳ। ଫଳରେ ମତଦାନ ଆରମ୍ବ ହୋଇପାରିନି। କାକଟପୁର ପଞ୍ଚାୟତର ୧୫୭ ନମ୍ବର ବୁଥ୍ରେ ଇଭିଏମ ଅଚଳ ହୋଇପଡ଼ିଛି। ଫଳରେ ମତଦାନରେ ବିଳମ୍ବ ହୋଇଛି।
ଏହି ପର‌୍ୟ୍ୟାୟରେ୯୯ ଲକ୍ଷ ୬୧ ହଜାର ୫୭ ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ। ଏମାନଙ୍କ ମଧ୍ୟରେ ୫୦ ଲକ୍ଷ ୮୮ ହଜାର ୦୭୬ ପୁରୁଷ, ୪୮ ଲକ୍ଷ ୭୨ ହଜାର ୨୯୪ ମହିଳା ତଥା ୬୮୭ ଜଣ ତୃତୀୟ ଲିଙ୍ଗୀ ଭୋଟର ରହିଛନ୍ତି।
୬ ଲୋକସଭା ଆସନ ପାଇଁ ୬୬ ଜଣ ପ୍ରାର୍ଥୀ ଥିବା ବେଳେ ୪୨ବିଧାନସଭା ଆସନରେ ଲଢୁଛନ୍ତି ୩୯୪ ଜଣ ପ୍ରାର୍ଥୀ। ଏହି ପର‌୍ୟ୍ୟାୟରେ ମୋଟ୍ ୧୦ ହଜାର ୮୮୨ବୁଥ୍ କରାଯାଇଛି। ଏଥିରୁ କେବଳ ୧୪୦୦ ବୁଥ ମହିଳାଙ୍କ ଦ୍ୱାରା ପରିଚାଳିତ ହେଉଛି।
ସେହିପରି ୨୧ ପ୍ରତିଶତ ବୁଥକୁ ସମ୍ବେଦନଶୀଳ ବୁଥ୍ ଭାବେ ଚିହ୍ନଟ କରାଯାଇଛି। ଏସବୁ ବୁଥ ଗୁଡିକରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

Related Posts