୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଭୁବନେଶ୍ୱର, ୪/୭: ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ସ୍ପଷ୍ଟ ଚିହ୍ନିତ ହୋଇଛି । ବଙ୍ଗୋପସାଗରେ ଲଘୁଚାପ ଘନୀଭୂତ ହୋଇ ସ୍ପଷ୍ଟ ଚିତ୍ରରେ ଦୃଶ୍ୟମାନ ହେଉଛି । ଲଘୁଚାପ ପ୍ରଭାରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ଭାରତୀୟ ପାଣିପାଗ ବିଭାଗ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଓଡ଼ିଶାକୁ ରେଡ୍ ଆଲର୍ଟ ଜାରି କରିଛି ।
ପାଣିପାଗ ବିଭାଗ ଆଜି ପାଇଁ ୯ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି । ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ସୋନପୁର ଓ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଭୀଷଣ ବର୍ଷା ସମ୍ଭାବନା ଥିବାରୁ ରେଡ୍ ଆଲର୍ଟରେ ରଖାଯାଇଛି ।
ସେହିଭଳି ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, ବଲାଙ୍ଗୀର, ନୟାଗଡ଼, କେନ୍ଦୁଝର ଓ କଟକ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଆଜି ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।




